Angan

ପ୍ରବଳ ଗ୍ରୀଷ୍ମପ୍ରବାହ ପାଇଁ ସକାଳୁଆ ହେଲା ଅଙ୍ଗନବାଡି କେନ୍ଦ୍ର

State

ଭୁବନେଶ୍ୱର: ଚଳିତ ବର୍ଷ ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ରାଜ୍ୟରେ ଥିବା ଅଙ୍ଗନବାଡି କେନ୍ଦ୍ରର କାର୍ଯ୍ୟ ସମୟକୁ ପରିବର୍ତ୍ତନ କରାଯାଇଛି । ଗ୍ରୀଷ୍ମ ଦାଉରୁ ରକ୍ଷା ପାଇବା ନିମନ୍ତେ ଅଙ୍ଗନବାଡି କେନ୍ଦ୍ରର କାର୍ଯ୍ୟସମୟକୁ ସକାଳ ୭ଟା ରୁ ୧୧ ଟା ୩୦ ଯାଏ ଧାର୍ଯ୍ୟ କରାଯାଇଛି । ଏନେଇ ମହିଳା ଶିଶୁ ବିକାଶ ବିଭାଗ ପକ୍ଷରୁ ମାର୍ଗଦର୍ଶିକା ଜାରି କରାଯାଇଛି ।

ଖରା ଓ ଗରମକୁ ଦୃଷ୍ଟିରେ ରଖି ଅଙ୍ଗନବାଡି କେନ୍ଦ୍ରରେ ଶୁଦ୍ଧ ପାନୀୟ ଜଳ ସହ ଯଥେଷ୍ଟ ପରିମାଣର ଓଆର୍‌ଏସ୍‌ ପ୍ୟାକେଟ୍ ରଖିବାକୁ ନିର୍ଦ୍ଦେଶ ଜାରି କରାଯାଇଛି ।

ସୂଚନାଯୋଗ୍ୟ କି ରାଜ୍ୟରେ କ୍ରମାଗତ ଭାବେ ବଢୁଥିବା ତାପମାତ୍ରାକୁ ଆଖି ଆଗରେ ରଖି ଆଗୁଆ ପ୍ରସ୍ତୁତି ଓ ପଦକ୍ଷେପ ଗ୍ରହଣ କରିବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଗାଇଡଲାଇନ ଜାରି କରାଯାଇଛି । ବିଭିନ୍ନ ବିଭାଗ ମଧ୍ୟରେ ସମନ୍ୱୟ ରକ୍ଷା କରି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହର ପ୍ରତିକାର ଓ ମୁକାବିଲା କରାଯିବା ପାଇଁ ସ୍ୱତନ୍ତ୍ର ରିଲିଫ କମିଶନରଙ୍କ ପକ୍ଷରୁ ବିଭିନ୍ନ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି ।