Img 20240402 Wa0255

ଆନ୍ତଃ ବିଦ୍ୟାଳୟ କ୍ରିକେଟ ଟୁର୍ଣ୍ଣାମେଣ୍ଟର ୬ଷ୍ଠ ଦିନ: ରୋଶନଙ୍କ ଅର୍ଦ୍ଧ ଶତକ ବଳରେ ଟିମ – ଏ ବିଜୟୀ

sports

ବାରିପଦା: ସ୍ଥାନୀୟ ମଧୁବନ ମିନି ଷ୍ଟାଡିୟମ ପଡିଆରେ ଓଡିଶା କ୍ରିକେଟ ଏସୋସିଏସନ ଆନୁକୂଲ୍ୟରେ ତଥା ମୟୁରଭଞ୍ଜ ଏଥଲେଟିକ ଏସୋସିଏସନର ସହଯୋଗରେ ଆୟୋଜିତ ଆନ୍ତଃ ବିଦ୍ୟାଳୟ କ୍ରିକେଟ ଟୁର୍ଣ୍ଣାମେଣ୍ଟର ୬ଷ୍ଠ ଦିନର ମ୍ୟାଚରେ ଟିମ – ଏ ଟିମ – ସି କୁ ୩୫ ରନରେ ପରାସ୍ତ କରିଛି I ପ୍ରଥମେ ବ୍ୟାଟିଂ କରି ଟିମ – ଏ ୧୯.୫ ଓଭରରେ ସମସ୍ତ ଉଇକେଟ ହରାଇ ୧୪୦ ରନ ସଂଗ୍ରହ କରିଥିଲେ I ଦଳ ପକ୍ଷରୁ ରୋଶନ ଚୌଧୁରୀ ସର୍ବାଧିକ ୫୫ ରନ ସଂଗ୍ରହ କରିଥିବା ବେଳେ ବିପକ୍ଷ ଦଳର ଅଭିଷେକ ଶର୍ମା ଓ ସୁରାଇ ହେମ୍ବ୍ରମ ୩ ଟି ଲେଖାଏଁ ଉଇକେଟ ଅକ୍ତିଆର କରିଥିଲେ I ଉତ୍ତରରେ ଟିମ – ସି ୧୫.୩ ଓଭରରେ ସମସ୍ତ ଉଇକେଟ ହରାଇ ୧୦୫ ରନ ସଂଗ୍ରହ କରିପାରିଥିଲେ I ଆଦିତ୍ୟ ଦାସ ୩ ଟି ଉଇକେଟ ଅକ୍ତିଆର କରିଥିଲେ I ଦିଲ୍ଲୀପ ଦାସ ଓ ଅମିତାଭ ପଟ୍ଟନାୟକ ଖେଳ ପରିଚାଳନା କରିଥିବା ବେଳେ ସମ୍ବିତ ମହାରଣା ସ୍କୋରିଂରେ ସହାୟତା କରିଥିଲେ I କାଶୀନାଥ ରଣା, ମୋହନା ବେହେରା, ମୟୁରଭଞ୍ଜ ଏଥଲେଟିକ ଏସୋସିଏସନର ସାଧାରଣ ସମ୍ପାଦକ ବିଜୟ କୁମର ଦାସ ଓ କ୍ରିକେଟ ସମ୍ପାଦକ ହରପ୍ରସାଦ ପାତ୍ର ପ୍ରମୁଖ ଉପସ୍ଥିତ ରହି ଖେଳାଳି ମାନଙ୍କୁ ଉତ୍ସାହିତ କରିଥିଲେ I