Defult onn2

ପୂର୍ଣ୍ଣଚନ୍ଦ୍ର ଆଦର୍ଶ ବିଦ୍ୟାମନ୍ଦିରରେ ନବାଗତ ଛାତ୍ରଛାତ୍ରୀ ମାନଙ୍କୁ ସ୍ଵାଗତ ଏବଂ ନୂତନ ଶ୍ରେଣୀ ଗୃହ ପ୍ରବେଶ

State

ବାରିପଦା :  ବାରିପଦାସ୍ଥିତ ରଘୁନାଥପୁର ଠାରେ ଥିବା ପୂର୍ଣ୍ଣଚନ୍ଦ୍ର ଆଦର୍ଶ ବିଦ୍ୟାମନ୍ଦିରରେ ନୂତନ ଶ୍ରେଣୀ ଗୃହ ପ୍ରବେଶ କାର୍ଯ୍ୟକ୍ରମ ଆଜି ଅନୁଷ୍ଠିତ ହୋଇଯାଇଅଛି । ପୂର୍ଣ୍ଣଚନ୍ଦ୍ର ଗ୍ରୁପ୍ ଅନୁଷ୍ଠାନର ସଭାପତି ତଥା ମୁଖ୍ୟ ପରିଚାଳକ ଇଂ ପ୍ରଭାସ କୁମାର ଦାସ ଙ୍କ ସଭାପତିତ୍ଵରେ ଅନୁଷ୍ଠିତ ଉକ୍ତ କାର୍ଯ୍ୟକ୍ରମ ରେ ବରିଷ୍ଠ ଶିକ୍ଷାବିଦ୍ ଡ. ସମୀର ରଞ୍ଜନ ପ୍ରଧାନ ମୁଖ୍ୟ ଅତିଥି ଭାବେ ଯୋଗଦେଇ ନବାଗତ ଛାତ୍ରଛାତ୍ରୀ ମାନଙ୍କୁ ଶିକ୍ଷାର ମୂଲ୍ୟବୋଧ ସମ୍ପର୍କରେ ଅବଗତ କରାଇଥିଲେ । ଉକ୍ତ କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ପୂର୍ଣ୍ଣଚନ୍ଦ୍ର ଗ୍ରୁପ୍ରର ସମ୍ପାଦକ ପ୍ରଶାନ୍ତ କୁମାର ଦାସ ସମ୍ମାନିତ ଅତିଥି ଏବଂ ପୂର୍ଣ୍ଣଚନ୍ଦ୍ର ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଅଧ୍ୟକ୍ଷା ଅଙ୍କିତା ବାରିକ ମୁଖ୍ୟ ବକ୍ତା ଭାବରେ ଉପସ୍ଥିତ ରହି ନବାଗତ ଙ୍କୁ ସ୍ୱାଗତ କରିଥିଲେ ! ପ୍ରଧାନ ଶିକ୍ଷକ ମନୋରଞ୍ଜନ ମହାନ୍ତ କାର୍ଯ୍ୟକ୍ରମ କୁ ପରିଚାଳନା କରିଥିବା ବେଳେ ସମସ୍ତ ଶିକ୍ଷକ,ଶିକ୍ଷୟତ୍ରୀ କାର୍ଯ୍ୟକ୍ରମ ରେ ସହଯୋଗ କରିଥିଲେ । ପରିଶେଷରେ ପୂର୍ଣ୍ଣଚନ୍ଦ୍ର ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଅଧ୍ୟାପକ ଡ. ଆଦର୍ଶ ଶତପଥୀ ଉପସ୍ଥିତ ସମସ୍ତଙ୍କୁ ଧନ୍ୟବାଦ୍ ଅର୍ପଣ କରିଥିଲେ ।