Image 2 1

ମୋଦିଙ୍କ ଗ୍ୟାରେଂଟି” ପ୍ରସଙ୍ଗରେ ସର୍ବାଧିକ ଲାଭାନ୍ୱିତ ହେବ ଓଡିଶା: ବିଜେପି ରାଜ୍ୟ ସଭାପତି

Politics State

ଭୁବନେଶ୍ୱର: ୨୦୦୧୪ ସାଧାରଣ ନିର୍ବାଚନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ୱରେ ଭାରତୀୟ ଜନତା ପାର୍ଟି କ୍ଷମତାକୁ ଆସିବା ପରେ ଦେଶବାସୀଙ୍କୁ ଦିଆଯାଇଥିବା ଅଧିକାଂଶ ପ୍ରତିଶୃତି ପୂରଣ କରାଯାଇଛି । ଏହା ପରେ ୨୦୧୯ ସାଧାରଣ ନିର୍ବାଚନରେ ମଧ୍ୟ ଦିଆଯାଇଥିବା ସମସ୍ତ ପ୍ରତିଶୃତିକୁ ପାଳନ କରାଯାଇଛି । ଏହି ଦୁଇଟି ନିର୍ବାଚନରେ ୯୫ ପ୍ରତିଶତ ସଫଳତା ସହିତ ସମୁଦାୟ ୨୩୫ଟି ପ୍ରତିଶୃତି ମଧ୍ୟରୁ ୨୨୨ଟି ପ୍ରତିଶୃତିକୁ ପାଳନ କରିଛନ୍ତି ମୋଦିଜୀ । ‘ରିଫର୍ମ – ପରଫର୍ମ – ଟ୍ରାନ୍ସଫର୍ମ’କୁ ମୁଳମନ୍ତ୍ର ଏବଂ ସବକା ସାଥ୍‌, ସବକା ବିକାଶ, ସବକା ବିଶ୍ୱାସ, ସବକା ପ୍ରୟାସକୁ ଆଧାର କରି ମୋଦୀ ସରକାର “ସୁରକ୍ଷିତ ଭାରତ – ସମୃଦ୍ଧ ଭାରତ” ଗଠନ ପାଇଁ ସଂକଳ୍ପ ନେଇଛନ୍ତି । ଗତ ୧୦ ବର୍ଷର ବିଶ୍ୱସନୀୟତା ଏବଂ ଆଗାମୀ ୫ ବର୍ଷରେ ଦେଶର ବିକାଶଯାତ୍ରାକୁ ତ୍ୱରାନ୍ୱିତ କରି ବିକଶିତ ରାଷ୍ଟ୍ର ଭାବେ ଗଢି ତୋଳିବା ଉଦ୍ଦେଶ୍ୟରେ ବିଜେପି ତରଫରୁ “ବିଜେପିର ସଂକଳ୍ପ ପତ୍ର-୨୦୨୪, ମୋଦିଙ୍କ ଗ୍ୟାରେଂଟି” ପ୍ରକାଶ ପାଇଛି । ସୋସିଆଲ, ଫିଜିକାଲ୍ ଓ ଡିଜିଟାଲ ଭିତିଭୁମିକୁ ସୁଦୃଢ କରାଯିବା ଲକ୍ଷ୍ୟରେ ଏହି ସଂକଳ୍ପ ପତ୍ର ‘ବିକଶିତ ଭାରତ ଗଠନ’ରେ ‘ବୁଷ୍ଟର’ ସଦୃଶ ହେବ ବୋଲି ରାଜ୍ୟ ସଭାପତି ମନମୋହନ ସାମଲ କହିଛନ୍ତି ।

ଆଜି ରାଜ୍ୟ କାର୍ଯ୍ୟାଳୟଠାରେ ଅନୁଷ୍ଠିତ ସାମ୍ବାଦିକ ସମ୍ମିଳନୀରେ ମନମୋହନ ସାମଲ କହିଛନ୍ତି ଯେ, ଯାହାର କେହି ନାହିଁ, ତା ପାଖରେ ମୋଦି ଗ୍ୟାରେଂଟି ରହିଛି । ସମଗ୍ର ଦେଶରୁ ୧୫ ଲକ୍ଷରୁ ଉର୍ଦ୍ଧ୍ୱ ମତାମତ ସଂଗ୍ରହ କରାଯାଇ ପ୍ରସ୍ତୁତ ହୋଇଥିବା ଏହି ସଂକଳ୍ପ ପତ୍ର ତଥା ମୋଦି ଗ୍ୟାରେଂଟିରୁ ସର୍ବାଧିକ ଲାଭ ପାଇବ ଓଡିଶା ରାଜ୍ୟ । ବିଶେଷ ଭାବେ ଚାଷୀ, ଗରିବ, ମହିଳା ଓ ଯୁବବର୍ଗ ପାଇଁ ଉତ୍ସର୍ଗୀକୃତ “ବିଜେପିର ସଂକଳ୍ପ ପତ୍ର-୨୦୨୪, ମୋଦିଙ୍କ ଗ୍ୟାରେଂଟି” । ବିଶେଷ ଭାବେ ୮୦ କାଟି ଦେଶବାସୀଙ୍କୁ ପ୍ରତି ମାସ ମାଗଣା ରାସନ ପ୍ରଦାନ କରି ଖାଦ୍ୟ ସୁରକ୍ଷାକୁ ସୁନିଶ୍ଚିତ କରାଯାଇଛି । ଗରୀବ କଲ୍ୟାଣକାରୀ ଯୋଜନା ଅନ୍ତର୍ଗତ ୩ କୋଟି ବାସଗୃହ, ସମସ୍ତଙ୍କୁ ପାନୀୟ ଜଳ ଓ ବିଜୁଳି ଯୋଗାଣ; ବସ୍ତିବାସିନ୍ଦାଙ୍କୁ ଜମି ପଟ୍ଟା ପ୍ରଦାନ, ପିଏମକିସାନ ଜରିଆରେ ଆର୍ଥିକ ସହାୟତା ପ୍ରଦାନ ଆଦି ଜରିଆରେ କୃଷକକଲ୍ୟାଣକୁ ପ୍ରାଧାନ୍ୟ ଦେଇଛନ୍ତି ମୋଦିଜୀ । ଆୟୁଷ୍ମାନ ଭାରତ ଯୋଜନାରେ ୭୦ ବର୍ଷରୁ ଉର୍ଦ୍ଧ୍ୱ ବରିଷ୍ଠ ନାଗରିକଙ୍କୁ ସାମିଲ କରାଯିବ । ସମାନ ନାଗରିକତା ସଂହିତା ଲାଗୁ ହେଲେ ପଡୋଶୀ ରାଷ୍ଟ୍ରରୁ ଅତ୍ୟାଚାର ଶିକାର ହୋଇ ଫେରିଥିବା ମୂଳ ଭାରତୀୟଙ୍କୁ ସମ୍ମାନ ମିଳିବ ବୋଲି ଶ୍ରୀ ସାମଲ କହିଛନ୍ତି ।

ଦେଶର ଆଭ୍ୟନ୍ତରୀଣ ସୁରକ୍ଷାକୁ ଗୁରୁତ୍ୱ ଦିଆଯାଇ ଆତଙ୍କବାଦ ବିରୋଧରେ ଶୂନ୍ୟ ସହନଶୀଳତା ଆଭିମୁଖ୍ୟ ଗ୍ରହଣା କରାଯାଇଛି । ଦେଶର ସୀମା ଆଜି ସୁରକ୍ଷିତ । ଗଣତନ୍ତ୍ର ବ୍ୟବସ୍ଥାକୁ ଆହୁରି ସୁଦୃଢ କରିବା ପାଇଁ “ଗୋଟିଏ ଦେଶ, ଗୋଟିଏ ନିର୍ବାଚନ” କାର୍ଯ୍ୟକାରୀ କରାଯିବ । ପ୍ରଦୂଷଣ ହ୍ରାସ କରିବା ପାଇଁ ଇଭି ଗାଡି ଚଳାଚଳକୁ ପ୍ରୋତ୍ସାହିତ କରାଯିବ । ତେଣୁ ଏଭଳି ସଂକଳ୍ପ ପତ୍ର ପ୍ରକାଶ କରିଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି.ନଡ୍ଡା, ଇସ୍ତାହାର କମିଟି ସଂଯୋଜକ ତଥା ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହଙ୍କୁ ରାଜ୍ୟବାସୀଙ୍କ ତରଫରୁ ରାଜ୍ୟ ସଭାପତି ସାମଲ ଆନ୍ତରିକ ଧନ୍ୟବାଦ ଜ୍ଞାପନ କରିଛନ୍ତି ।