Onn 3

ଅଂଶୁଘାତରେ ରାଜ୍ୟରେ ଜଣଙ୍କର ମୃତ୍ୟୁ

State

ଭୁବନେଶ୍ୱର,୧୯।୪: ଅଂଶୁଘାତରେ ରାଜ୍ୟରେ ଜଣଙ୍କର ମୃତ୍ୟୁ ଘଟିଛି। ମୃତ ବ୍ୟକ୍ତି ଜଣଙ୍କ ବାଲେଶ୍ୱରର ବୋଲି ଜଣାପଡିଛି। ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନିରଞ୍ଜନ ମିଶ୍ର ଆଜି ଏହି ସୂଚନା ଦେଇଛନ୍ତି।

ସେ କହିଛନ୍ତି, ବର୍ତ୍ତମାନ ସୁଦ୍ଧା ଅଂଶୁଘାତ ଓ ହିଟ ରିଲେଟେଡ ଇଲନେସ (ଗ୍ରୀଷ୍ମ ପ୍ରବାହ ଜନିତ ଅସୁସ୍ଥତା) ଯୋଗୁ ୭୧ ଜଣ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି। ସୁନ୍ଦରଗଡ଼ ଜିଲାରେ ସର୍ବାଧିକ ୩୫ ଜଣ ଡାକ୍ତରଖାନାରେ ଭର୍ତ୍ତି ହୋଇଥିବାବେଳେ ମୟୂରଭଞ୍ଜରେ ୭ ଓ ଅନୁଗୋଳରେ ୭ ଜଣ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି । ସେହିପରି ଭୁବନେଶ୍ୱର ସ୍ଥିତ କ୍ୟାପିଟାଲ ହସ୍ପିଟାଲରେ ୬ ଜଣ ଭର୍ତ୍ତି ହୋଇଛନ୍ତି।

ଗତ ୧୪ ତାରିଖରୁ ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଧୀରେ ଧୀରେ ବଢିବାରେ ଲାଗିଛି। ୨୧ ଓ ୨୨ରେ କାଳବୈଶାଖୀ ପ୍ରଭାବରେ କିଛି ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। କିନ୍ତୁ ଏପ୍ରିଲ ୨୫ ତାରିଖରୁ ପୁଣି ତାପମାତ୍ରା ବୃଦ୍ଧି ପାଇବ ବୋଲି ସୂଚନା ମିଳିଛି। ଏପ୍ରିଲ ୨୬ରୁ ମେ ୨ ମଧ୍ୟରେ ରାଜ୍ୟରେ ପୁଣି ଉଷ୍ମ-ଆଦ୍ର ପାଣିପାଗ ରହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି।