Heatw

ରାଜ୍ୟରେ ଆଗାମୀ ୫ ଦିନ ଯାଏ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ

State

ଭୁବନେଶ୍ବର: ରାଜ୍ୟରେ ଆଗାମୀ ୫ ଦିନ ଧରି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଜାରି ରହିବ। ବିଶେଷ କରି ୨୭ ଓ ୨୮ ତାରିଖରେ ଜଳିବ ସାରା ଓଡ଼ିଶା। ରାଜ୍ୟରେ ସିଭିଅର ହିଟୱେଭ୍ ନେଇ ସତର୍କ ସୂଚନା ଜାରି କରିଛି ପାଣିପାଗ ବିଭାଗ। ଆଗାମୀ ତିନି ଦିନ ପ୍ରବଳ ହିଟ୍ ୱେଭ ନେଇ ସତର୍କତା ଜାରି କରିଛି ପାଣିପାଗ ବିଭାଗ।

୨୬ ତାରିଖରେ ହିଟୱେଭ୍ ନେଇ ୨୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଙ୍ଗ ଏବଂ ୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଙ୍ଗ ଜାରି କରାଯାଇଛି। ପୁରୀ, କୋରାପୁଟ, ନବରଙ୍ଗପୁର ଜିଲ୍ଲାକୁ ଛାଡ଼ି ବାକି ସବୁ ଜିଲ୍ଲା ପାଇଁ ସତର୍କତା ଜାରି କରିଛି ପାଣିପାଗ ବିଭାଗ। ସେହିପରି ୨୭ ଏବଂ ୨୮ ତାରିଖରେ ପ୍ରବଳ ହିଟୱେଭର ସମ୍ଭାବନା ରହିଛି। ୨୯ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଙ୍ଗ ଜାରି କରାଯାଇଛି। ଏହି ଦୁଇ ଦିନ କେବଳ କୋରାପୁଟ ଜିଲ୍ଲାକୁ ଛାଡ଼ି ବାକି ସବୁ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଙ୍ଗ ଜାରି କରିଛି ପାଣିପାଗ ବିଭାଗ। ଅନେକ ସ୍ଥାନରେ ଦିନ ତାପମାତ୍ରା ୪ରୁ ୬ ଡିଗ୍ରି ଯାଏଁ ବଢ଼ିବାର ସମ୍ଭାବନା ରହିଛି। ରାଜ୍ୟରେ ବିଭିନ୍ନ ସ୍ଥାନରେ ତାପମାତ୍ରା ୪୫ ଡିଗ୍ରି ଅତିକ୍ରମ କରିବ ବୋଲି ପୂର୍ବାନୁମାନ କରାଯାଇଛି।