Jharsuguda 1

ଝାରସୁଗୁଡ଼ା ଆସନ ପାଇଁ ନାମାଙ୍କନ ଭରିଲେ ପ୍ରାର୍ଥୀ

Politics State

ଝାରସୁଗୁଡ଼ା : ଝାରସୁଗୁଡ଼ା ଜିଲ୍ଲାର ୨ଟି ନିର୍ବାଚନ ମଣ୍ଡଳୀର ପ୍ରାର୍ଥୀଙ୍କ ନାମାଙ୍କନ ପତ୍ର ଦାଖଲ। ଝାରସୁଗୁଡ଼ା ଆସନ ପାଇଁ ବିଜେପି ବିଧାୟକ ପ୍ରାର୍ଥୀ ଟଙ୍କଧର ତ୍ରିପାଠୀ ଓ କଂଗ୍ରେସ ପ୍ରାର୍ଥୀ ଅମିତା ବିଶ୍ବାଳ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି।

ଟଙ୍କଧର ନିଜ ହଜାର ହଜାର ସମର୍ଥକଙ୍କ ସହ ବେହେରାମାଲ ଠାରୁ ଏକ ବିରାଟ ଶୋଭାଯାତ୍ରାରେ ବାହାରି ଉପଜିଲ୍ଲାପାଳ କାର୍ଯ୍ୟାଳୟକୁ ଆସି ନିଜ ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି। ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ବର୍ଗତ ହେମାନନ୍ଦ ବିଶ୍ବାଳଙ୍କ ଝିଅ ଅମିତା ବିଶ୍ବାଳ ମଧ୍ୟ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ନିଜ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି। ସେହିପରି ବରଗଡ଼ ଲୋକସଭା ଆସନର କଂଗ୍ରେସ ପ୍ରାର୍ଥୀ ସଞ୍ଜୟ ଭୋଇ ମଧ୍ୟ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି।

ସେହିପରି ବ୍ରଜରାଜନଗର ଆସନର ପାଇଁ ସିପିଆଇ ପ୍ରାର୍ଥୀ ରମେଶ ତ୍ରିପାଠୀ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ନିଜ ସମର୍ଥକଙ୍କ ସହ ଆସି ପ୍ରାର୍ଥିପତ୍ର ଦାଖଲ କରିଛନ୍ତି। କଂଗ୍ରେସ ବିଧାୟକ ପ୍ରାର୍ଥୀ କିଶୋର ପଟେଲ ବ୍ରଜରାଜନଗର ଆସନ ପାଇଁ ନିଜ ସମର୍ଥକଙ୍କ ସହ ଆସି ଅତିରିକ୍ତ ଜିଲ୍ଲାପାଳଙ୍କ ଠାରେ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ମେ ୩ତାରିଖ ପ୍ରାର୍ଥୀପତ୍ର ଦାଖଲର ଶେଷ ତାରିଖ ଥିବା ବେଳେ ୪ ତାରିଖରେ ପ୍ରାର୍ଥୀପତ୍ର ଯାଞ୍ଚ ଓ ପ୍ରାର୍ଥୀପତ୍ର ପ୍ରତ୍ୟାହାର ଏବଂ ୬ତାରିଖରେ ପ୍ରାର୍ଥୀଙ୍କ ତାଲିକା ପ୍ରକାଶ ପାଇବ ।