Note

ଭୁବନେଶ୍ବର ବିମାନବନ୍ଦରରୁ ୭୫ ଲକ୍ଷ ଟଙ୍କା ଜବତ

Crime State

ଭୁବନେଶ୍ୱର : ନିର୍ବାଚନ ବେଳେ ଭୁବନେଶ୍ୱର ବିମାନ ବନ୍ଦରରୁ ୭୫ ଲକ୍ଷ ଟଙ୍କାର ନଗଦ ଟଙ୍କା ଜବତ ହୋଇଛି । ଦୁଇଜଣ ବ୍ୟକ୍ତିଙ୍କ ଲଗେଜରୁ ଏତେ ପରିମାଣରେ ଟଙ୍କା ମିଳିଛି । ଜଣେ ବ୍ୟକ୍ତି ଦିଲ୍ଲୀରୁ ଆସୁଥିବା ବେଳେ ଅନ୍ୟ ଜଣେ ଚେନ୍ନାଇରୁ ଭୁବନେଶ୍ୱର ଆସୁଥିଲେ । ସାଙ୍ଗରେ ଥିବା ଟ୍ରଲି ବ୍ୟାଗରେ ଏହି ଟଙ୍କା ଥିଲା।

ଭୁବନେଶ୍ୱର ବିମାନ ବନ୍ଦରରେ ଲଗେଜେ ସ୍କାନିଂ ବେଳେ ବ୍ୟାଗରେ ଟଙ୍କା ଥିବା ଜଣାପଡିଛି । କେଉଁଠୁ ଓ କଣ ପାଇଁ ଏତେ ଟଙ୍କା ଆସିଥିଲା ତାର ତଦନ୍ତ କରୁଛି ଆୟକର ବିଭାଗ । ଆଗକୁ ନିର୍ବାଚନ ଥିବା ବେଳେ ଏତେ ପରିମାଣର ଟଙ୍କା ଜବତ ହେବା ସନ୍ଦେହ ସୃଷ୍ଟି କରୁଛି । ଜବତ ଟଙ୍କା ଜଣେ ପ୍ରତିଷ୍ଠିତ ବ୍ୟବସାୟୀଙ୍କ ବୋଲି ସୂଚନା ମିଳିଛି । ଜବତ ହୋଇଥିବା ଟଙ୍କାକୁ ସିଜ କରି ଆୟକର ବିଭାଗ ଘଟଣାର ଅଧିକ ତଦନ୍ତ କରୁଛି ।