Images

ରାହୁଲ ଗାନ୍ଧିଙ୍କ ରାୟଗଡ଼ା ଗସ୍ତ ବାତିଲ

Politics State

ଭୁବନେଶ୍ୱର  : ରାହୁଲ ଗାନ୍ଧିଙ୍କ ରାୟଗଡ଼ା ଗସ୍ତ ବାତିଲ ।  ଏନେଇ କଂଗ୍ରେସ ପକ୍ଷରୁ ସୂଚନା ଦିଆଯାଇଛି ।  ଉତ୍ତର ପ୍ରଦେଶ ରାୟବରେଲୀରୁ ଲଢ଼ିବେ ରାହୁଲ ଗାନ୍ଧି ।  ପଞ୍ଚମ ପର୍ଯ୍ୟାୟ ନିର୍ବାଚନ ନିମନ୍ତେ ଆଜି ନାମାଙ୍କନର ଶେଷ ତାରିଖ ଥିବା ବେଳେ ରାହୁଲ ରାୟବରେଲି ଯିବେ । ସେଠାରେ ସେ ନାମାଙ୍କନ ଭରିବେ। ଏହି କାରଣରୁ ରାହୁଲ ରାୟଗଡ଼ା ଆସିବେ ନାହିଁ ବୋଲି ଜଣାପଡ଼ିଛି ।

ସୂଚନାଯୋଗ୍ୟ, ରାହୁଲ ମଧ୍ୟାହ୍ନ ୧୨ଟାରେ ହେଲିକେପ୍ଟର ଯୋଗେ ରାୟଗଡାରେ ଆସିବାର କାର୍ଯ୍ୟକ୍ରମ ଥିଲା  ।  ଏହାପରେ ସେ ସ୍ଥାନୀୟ ଜିଆଇଏସିଆର୍ କଲେଜ ସମ୍ମୁଖପଡିଆରେ ଆୟୋଜିତ ବିରାଟ ସମାବେଶରେ ଜନସାଧାରଣଙ୍କୁ ସମ୍ବୋଧନ କରିଥାନ୍ତେ ।  ଗତ ୨୮ ତାରିଖରେ ସାଲେପୁରରେ ଏକ ବିଶାଳ ସମାବେଶରେ ଯୋଗ ଦେଇ ରାଜ୍ୟବାସୀଙ୍କୁ ୫ ପ୍ରତିଶ୍ରୁତି ଦେଇଥିଲେ ରାହୁଲ ।