Rain

ଆଗାମୀ ୨୪ ଘଣ୍ଟାରେ ପ୍ରବଳ ବର୍ଷା ପାଇଁ ୯ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି

State

ଭୁବନେଶ୍ୱର : ରାଜ୍ୟରେ ଜାରି ରହିଛି କାଳ ବୈଶାଖୀର ପ୍ରଭାବ । ବିଭିନ୍ନ ସ୍ଥାନରେ ବର୍ଷା ଫଳରେ କମିଛି ତାପମାତ୍ରା । ତାତିରୁ ମିଳିଛି ଆଶ୍ବସ୍ତି । ଆସନ୍ତା ୩ରୁ ୪ଦିନ ଯାଏ ପାଗରେ ବିଶେଷ ପରିବର୍ତ୍ତନ ହେବାର ସମ୍ଭାବନା ନାହିଁ । ଆଗାମୀ ୨୪ ଘଣ୍ଟାରେ ପ୍ରବଳ ବର୍ଷା ପାଇଁ ୯ ଜିଲ୍ଲା ରାୟଗଡ଼ା, କୋରାପୁଟ, ଗଞ୍ଜାମ, ଗଜପତି, ପୁରୀ, ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ବର ଓ ଭଦ୍ରକକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ବିଜୁଳି ଘଡ଼ଘଡ଼ି ପାଇଁ ୧୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଏହି ସମୟରେ ପବନର ବେଗ ଘଣ୍ଟାପ୍ରତି ୩୦ରୁ ୪୦ କିମି ରହିବ । ଆସନ୍ତା କାଲି ଅତି ପ୍ରବଳ ବର୍ଷା ପାଇଁ ୮ ଜିଲ୍ଲା କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, ନୟାଗଡ଼, କେନ୍ଦ୍ରାପଡ଼ା, ଯାଜପୁର ଓ ଭଦ୍ରକ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି ହୋଇଛି । ସେହିପରି ବିଜୁଳି ଘଡ଼ଘଡ଼ି ପାଇଁ ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଭୁବନେଶ୍ବର ପାଣିପାଗ କେନ୍ଦ୍ର । ୧୬ତାରିଖ ପରେ ରାଜ୍ୟରେ ବଢିବ ତାପମାତ୍ରା । ପଶ୍ଚିମ ଓଡିଶାର ଗୋଟିଏ ଦୁଇଟି ସ୍ଥାନରେ ତାପମାତ୍ରା ୪୩ ଡିଗ୍ରୀ ଛୁଇଁବା ସମ୍ଭାବନା ରହିଛି ।