Bjp 6

ବିଜେଡି ରାଜ୍ୟ ଯୁବ ସାଧାରଣ ସମ୍ପାଦକଙ୍କ ସହ ବହୁ ସମର୍ଥକ ବିଜେପିରେ ଯୋଗଦେଲେ

Politics State

ଭୁବନେଶ୍ୱର: ଆଜି ରାଜ୍ୟ କାର୍ଯ୍ୟାଳୟରେ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଯାଜପୁର ଜିଲ୍ଲା କୋରେଇ ନିର୍ବାଚନ ମଣ୍ଡଳୀର ବିଜେଡି ରାଜ୍ୟ ଯୁବ ସାଧାରଣ ସମ୍ପାଦକ ପ୍ରୀତିରଞ୍ଜନ ସାହୁ ନିଜ ଶତାଧିକ ସମର୍ଥକଙ୍କ ସହ ବିଜେପିରେ ଆନୁଷ୍ଠାନିକଭାବେ ଯୋଗ ଦେଇଛନ୍ତି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କର ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ ବିଜେପିରେ ସାମିଲ ହୋଥିବା କହିଛନ୍ତି ଦଳରେ ମିଶିଥିବା କର୍ମୀ ।

ରାଜ୍ୟ ସଭାପତି ମନମୋହନ ସାମଲ, ରାଜ୍ୟ ନିର୍ବାଚନ ପ୍ରଭାରୀ ବିଜୟପାଲ ସିଂ ତୋମାର, କୋରେଇ ବିଧାୟକ ପ୍ରାର୍ଥୀ ତଥା ଅଭିନେତା ଆକାଶ ଦାସ ନାୟକ ଉତ୍ତରୀୟ ପିନ୍ଧାଇ ନୂତନ କାର୍ଯ୍ୟକର୍ତ୍ତାଙ୍କୁ ସ୍ୱାଗତ ଜଣାଇଥିଲେ ।

ଏହି ଅବସରରେ ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲ କହିଛନ୍ତି, ଦୀର୍ଘ ୨୫ ବର୍ଷର ଭ୍ରଷ୍ଟାଚାରୀ, ଦୁର୍ନୀତିଖୋର ଓ ବ୍ୟଭୀଚାରୀ ବିଜେଡି ସରକାରର ଅନ୍ତ ହେବା ନିହାତି ଆବଶ୍ୟକ । ନୂତନ ଓଡିଶା ଗଠନ ପାଇଁ ରାଜ୍ୟ ରାଜନୀତିରେ ପରିବର୍ତ୍ତନ ଆସିବ ଏବଂ ଓଡିଶାରେ ବିଜେପିର ସରକାର ଗଠନ ହେବ । ଦୁଇ ଥର ପଦ୍ମ, ଦୁଇ ଗୁଣା ବିକାଶ । ଓଡିଶାରେ ବିକାଶକୁ ଶିଖରରେ ପହଞ୍ଚାଇବା ପାଇଁ ବିଜେପି ଏକମାତ୍ର ବିକଳ୍ପ । ଓଡିସାବାସୀ ପରିବର୍ତ୍ତନ ମୁହାଁ । ଏଥିଲାଗି ବିଜେପିର ହାତ ମୁଠାକୁ ସୁଦୃଢ଼ କରିବା ପାଇଁ ପ୍ରତ୍ୟେକ ଦିନ ହଜାର ହଜାର ଲୋକ ଏହି ପରିବାରରେ ଯୋଗ ଦେଉଛନ୍ତି । “କେନ୍ଦ୍ରରେ ମୋଦି ସରକାର” ଓ “ଓଡ଼ିଶାରେ ବିଜେପିର ସରକାର” ଗଠନ ଦିଗରେ ଆପଣମାନଙ୍କ ଯୋଗ ଦାନ ସହାୟକ ହେବ ବୋଲି ଶ୍ରୀ ସାମଲ କହିଛନ୍ତି ।

ସେହିପରି ଏନଏପି ଦଳ ଓଡ଼ିଶାର ସାଂସଦ ପ୍ରାର୍ଥୀ ଚନ୍ଦ୍ରକାନ୍ତ ଦାସ, ବିଧାୟକ ପ୍ରାର୍ଥୀ ସୁଜାତା ରାୟ, ନିଆଳି ବିଧାୟକ ପ୍ରାର୍ଥୀ ଭରତ କୁମାର ମଲ୍ଲିକ, ତ୍ରିତୋଲ ବିଧାୟକ ପ୍ରାର୍ଥୀ ଦିଲୀପ ଦାସ, ବାଲିକୁଦା ବିଧାୟକ ପ୍ରାର୍ଥୀ ରମେଶ ଦାସ ପ୍ରମୁଖ ଆନୁଷ୍ଠାନିକଭାବେ ବିଜେପିରେ ଯୋଗ ଦେଇଛନ୍ତି । ପୁରୀ ଜିଲ୍ଲା ନିମାପଡା ନିର୍ବାଚନ ମଣ୍ଡଳୀର ଅଧ୍ୟାପକ ନିରଦ ବରଣ ଖୁଂଟିଆ ବିଜେପିରେ ଯୋଗ ଦେଇଛନ୍ତି ।

ଏହି ମିଶ୍ରଣ ପର୍ବରେ ରାଜ୍ୟ ସମ୍ପାଦକ ସରୋଜ କର, ରାଜ୍ୟ ମୁଖ୍ୟ ମୁଖପାତ୍ର ସଜ୍ଜନ ଶର୍ମା, ମହିଳାମୋର୍ଚ୍ଚା ରାଷ୍ଟ୍ରୀୟ ସାମାଜିକ ଗଣମାଧ୍ୟମ ସଂଯୋଜିକା ସୁଜାତା ପାଢ଼ୀ ପ୍ରମୁଖ ଉପସ୍ଥିତ ଥିଲେ ।