Heatwave In India 3 1681899705

ହିଟୱେଭ ନେଇ ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

State

ଭୁବନେଶ୍ୱର : ରାଜ୍ୟରେ ବଢୁଛି ତାପମାତ୍ରା । ହିଟୱେଭ ନେଇ ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସୁନ୍ଦରଗଡ଼, ଝାରସୁଗୁଡ଼ା, ବଲାଙ୍ଗିର, ସମ୍ବଲପୁର ଓ ନୂଆପଡ଼ା ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି  ।

ଦିନ ୨ଟା ୩୦ ସୁଦ୍ଧା ସର୍ବାଧିକ ତାପମାତ୍ରା ସମ୍ବଲପୁରରେ ୪୩.୮ ଡିଗ୍ରୀ ରେକର୍ଡ କରାଯାଇଛି  । ୪୦ ଡିଗ୍ରୀ ଉପରେ ଝାରସୁଗୁଡା, ସମ୍ବଲପୁର, ରାଉରକେଲା ଓ ହୀରାକୁଦ ରହିଛି । ଭୁବନେଶ୍ବର ତାପମାତ୍ରା ୩୯.୪ ଡିଗ୍ର ରେକର୍ଡ କରାଯାଇଛି । ଆଗାମୀ ୨ରୁ ୩ ଦିନ ମଧ୍ୟରେ ତାପମାତ୍ରା ୩ ରୁ ୫ଡିଗ୍ରୀ ବଢିବା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର।

ଆଗାମୀ ୫ ଦିନରେ ରାଜ୍ୟରେ ଗୋଟିଏ ଦୁଇଟି ଜାଗାରେ ବିଜୁଳି ଘଡଘଡି ସହ ବର୍ଷା ସମ୍ଭାବନା ରହିଛି । ଆଉ କିଛି ସ୍ଥାନରେ ଗ୍ରୀଷ୍ମପ୍ରବାହ ସମ୍ଭାବନା ରହିଛି । ୨୯ ଓ ୩୦ ତାରିଖରେ ସୁନ୍ଦରଗଡ଼, ଝାରସୁଗୁଡ, ସମ୍ବଲପୁର ଓ ନୂଆପଡାରେ ଗ୍ରୀଷ୍ମ ପ୍ରବାହ ସ୍ଥିତି ଲାଗି ରହିବ ବୋଲି ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର । ୩୦ ରୁ ୧ ତାରିଖରେ କିଛି ସ୍ଥାନରେ ବିଜୁଳି, ଘଡଘଡି ସହ ବର୍ଷା ପବନ ହୋଇପାରେ । ଏ ସମୟରେ ପବନର ବେଗ ଘଣ୍ଟା ପ୍ରତି ୪୦ ରୁ ୫୦ କିଲୋମିଟର ରହିପାରେ । ଆଗାମୀ ୪ ଦିନ ଭିତରେ ସମୟ ଅନୁସାରେ କେରଳ ଛୁଇଁବ ମୌସୁମୀ।