Naxal Encounter 2

ଏନକାଉଣ୍ଟରରେ ୨ ହାର୍ଡକୋର ମାଓବାଦୀ ନିହତ

State

ମାଲକାନଗିରି : ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ର ବିଜାପୁର ଜିଲ୍ଲାର ବର୍ଧେପାରା ଜଙ୍ଗଲରେ ପୋଲିସ ମାଓବାଦୀ ମଧ୍ୟରେ ଗୁଳିବିନିମୟ । ପୋଲିସର ଏନକାଉଣ୍ଟରରେ ଜଣେ ମହିଳା ମାଓବାଦୀ ସମେତ ଦୁଇ ହାର୍ଡ କୋର ମାଓବାଦୀ ନିହତ । ମହିଳା ମାଓବାଦୀ ମନିଲା ନାଁରେ ୮ ଲକ୍ଷ ଟଙ୍କା ପୁରସ୍କାର ଥିଲା। DVCM ପଦରେ ମାଓ ସଂଗଠନ ସକ୍ରିୟ ସଦସ୍ୟ ଥିଲା। ଘଟଣା ସ୍ଥଳରୁ ବିପୁଳ ପରିମାଣର ମାଓ ବିସ୍ପୋରକ ସାମଗ୍ରୀ ଜବତ କରିଛି ପୋଲିସ। ଏବେବି ସର୍ଚ୍ଚ ଅପରେସନ ଜାରି ରହିଛି।

ସୂଚନା ଯୋଗ୍ୟ ଏପ୍ରିଲ ୬ରେ ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ର ବିଜାପୁର ପୋଲିସ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଥିଲା । କରିଗୁଟା ଜଙ୍ଗଲରେ ପୋଲିସ ଏନକାଉଣ୍ଟରରେ ତିନି ହାର୍ଡ କୋର ମାଓବାଦୀ ନିହତ ହୋଇଥିଲେ । ଘଟଣା ସ୍ଥଳରୁ ଗୋଟିଏ LMG, ଗୋଟିଏ AK47 ବନ୍ଧୁକ ସହ ବିପୁଳ ପରିମାଣର ମାଓ ସାମଗ୍ରୀ ଜବତ କରିଥିଲା ପୋଲିସ ।