Gp4idxdwaaa2kbj

ସାଢେ ୪ କୋଟି ଓଡ଼ିଆଙ୍କ ଆଶା ଓ ଆକାଂକ୍ଷା ପୂରଣ ହେବ: ମୁଖ୍ୟମନ୍ତ୍ରୀ

Politics State

ଭୁବନେଶ୍ବର: ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଆଶୀର୍ବାଦ ସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମାର୍ଗଦର୍ଶନରେ ‘ବିକଶିତ ଓଡ଼ିଶା’ ଗଠନ ହେବ। ସାଢେ ୪ କୋଟି ଓଡ଼ିଆଙ୍କ ଆଶା ଓ ଆକାଂକ୍ଷା ପୂରଣ ହେବ। ଓଡ଼ିଆ ଅସ୍ମିତା ଓ ସଂସ୍କୃତିକୁ ଆଗେଇ ନେବା ପାଇଁ ବିଜେପି ପ୍ରତିଶ୍ରୁତିବଦ୍ଧ। ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କଲା ପରେ ବୁଧବାର ସନ୍ଧ୍ୟାରେ ମୋହନ ଚରଣ ମାଝୀ ଏହା କହିଛନ୍ତି।

ସାମାଜିକ ଗଣମାଧ୍ୟମ ‘ଏକ୍ସ’ରେ ଶ୍ରୀ ମାଝୀ କହିଛନ୍ତି, ମୋ ପରି ଜଣେ ସାଧାରଣ କାର୍ଯ୍ୟକର୍ତ୍ତାକୁ ସାଢ଼େ ୪ କୋଟି ଓଡ଼ିଶାବାସୀଙ୍କ ସେବା କରିବାର ଦାୟିତ୍ଵ ପ୍ରଦାନ କରିଥିବାରୁ ମୁଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ଦଳର ରାଷ୍ଟ୍ରୀୟ ଅଧ୍ୟକ୍ଷ ଜଗତ ପ୍ରକାଶ ନଡ୍ଡା ଏବଂ ରାଜ୍ୟ ନେତୃତ୍ୱଙ୍କ ନିକଟରେ କୃତଜ୍ଞତା ଜଣାଉଛି।

ସ୍ଥାନୀୟ ଜନତା ମଇଦାନରେ ଆୟୋଜିତ କାର୍ଯ୍ୟକ୍ରମରେ କେନ୍ଦୁଝର ବିଧାନସଭା ଆସନରୁ ୪ ଥର ନିର୍ବାଚିତ ମୋହନ ଚରଣ ମାଝୀ ରାଜ୍ୟର ପ୍ରଥମ ବିଜେପି ମୁଖ୍ୟମନ୍ତ୍ରୀ ହୋଇଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସମେତ ହଜାର ହଜାର ଲୋକଙ୍କ ଉପସ୍ଥିତିରେ ରାଜ୍ୟପାଳ ରଘୁବର ଦାସଙ୍କ ଠାରୁ ଶ୍ରୀ ମାଝୀ ପଦ ଓ ଗୋପନୀୟତାର ସହିତ ଶପଥ ଗ୍ରହଣ କରିଛନ୍ତି। କନକବର୍ଦ୍ଧନ ସିଂହଦେଓ ଓ ପ୍ରଭାତୀ ପରିଡ଼ା ଉପମୁଖ୍ୟମନ୍ତ୍ରୀ ହୋଇଛନ୍ତି। ତାଙ୍କର ମନ୍ତ୍ରିମଣ୍ଡଳରେ ୧୩ ଜଣ ମନ୍ତ୍ରୀଙ୍କୁ ସାମଲ କରାଯାଇଛି। ଏଥିରେ ୮ ଜଣ କ୍ୟାବିନେଟ୍‌ ଓ ୫ ଜଣ ରାଷ୍ଟ୍ରମନ୍ତ୍ରୀ ସାମିଲ ଅଛନ୍ତି।