Img 20240621 Wa0303

ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ୱବିଦ୍ୟାଳୟରେ ଅନ୍ତର୍ଜାତୀୟ ଯୋଗ ଦିବସ ୨୦୨୪ ପାଳିତ

Religion and Cult

ବାରିପଦା: ସ୍ଥାନୀୟ ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ୱବିଦ୍ୟାଳୟରେ ଅନ୍ତର୍ଜାତୀୟ ଯୋଗ ଦିବସ ୨୦୨୪ ପାଳିତ ହୋଇଯାଇଛି । ବିଶ୍ୱବିଦ୍ୟାଳୟ କୁଳପତି ପ୍ରଫେସର ସନ୍ତୋଷ କୁମାର ତ୍ରିପାଠୀଙ୍କ ମାର୍ଗଦର୍ଶନ ଏବଂ ସ୍ନାତକୋତ୍ତର ପରିଷଦର ଅଧ୍ୟକ୍ଷ ପଫେସର ହେମନ୍ତ କୁମାର ସାହୁଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଆୟୋଜିତ ଏକ କାର୍ଯକ୍ରମରେ ବିଶ୍ୱବିଦ୍ୟାଳୟର ଅଧ୍ୟାପକ, ଅଧ୍ୟାପିକା, ଅଣଶିକ୍ଷକ କର୍ମଚାରୀ ଓ ଛାତ୍ରଛାତ୍ରୀ ଅଂଶଗ୍ରହଣ କରିଥିଲେ । କୁଳସଚିବ ଶ୍ରୀଯୁକ୍ତ ସହଦେବ ସମାଧିଆ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ ଓ ସମସ୍ତଙ୍କୁ ଶପଥପାଠ କରାଇଥିଲେ । ବିଶ୍ୱବିଦ୍ୟାଳୟ ଜାତୀୟ ସେବା ଯୋଜନା ବ୍ୟୁରୋ ଓ ସ୍ନାତକୋତ୍ତର ଯୋଗ ଓ ପ୍ରାକୃତିକ ଚିକିତ୍ସା ବିଭାଗ ଦ୍ୱାରା ଆୟୋଜିତ ଏହି କାର୍ଯକ୍ରମରେ ବିଭାଗୀୟ ସହକାରୀ ପ୍ରଫେସର ଡ. ସୁଜାତା ଜେନା ଓ ସାଗର ମନ୍ତ୍ରୀ ପ୍ରଟୋକଲ ଅନୁସାରେ ସମସ୍ତଙ୍କୁ ଯୋଗାଭ୍ୟାସ କରାଇଥିଲେ । ଏହି କାର୍ଯ୍ୟକ୍ରମରେ ବିତ୍ତ ନିୟନ୍ତ୍ରକ ଶ୍ରୀ ଶୁକଦେବ ତରେଇ, ବିଶ୍ୱବିଦ୍ୟାଳୟ ଜାତୀୟ ସେବା ଯୋଜନା ବ୍ୟୁରୋ ତରଫରୁ ଡ. ବସନ୍ତ କୁମାର ମହାନ୍ତ, ଡ. ବିଷ୍ଣୁପ୍ରିୟା ହାଁସଦା ଓ ଯୋଗ ବିଭାଗର ଛାତ୍ରଛାତ୍ରୀ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ ।