Mohan Charan Majhi Keonjhar 667x430 1

ବିଭିନ୍ନ ନିଗମରେ ନିଯୁକ୍ତି ପାଇଥିବା ଅଧ୍ୟକ୍ଷମାନଙ୍କୁ ଦାୟିତ୍ଵରୁ ଅବ୍ୟାହତି ଦେଲେ ମୁଖ୍ୟମନ୍ତ୍ରୀ

State

ଭୁବନେଶ୍ୱର: ବିଭିନ୍ନ ନିଗମରେ ନିଯୁକ୍ତି ପାଇଥିବା ଅଧ୍ୟକ୍ଷମାନଙ୍କୁ ଦାୟିତ୍ଵରୁ ଅବ୍ୟାହତି ଦେଲେ ମୁଖ୍ୟମନ୍ତ୍ରୀ | ରାଜ୍ୟର ବିଭିନ୍ନ ସରକାରୀ ନିଗମରେ ପୂର୍ବ ସରକାରଙ୍କ ସମୟରେ ଅଧ୍ୟକ୍ଷମାନଙ୍କୁ ନିଯୁକ୍ତି ଦିଆଯାଇଥିଲା। ଏହି ଅଧ୍ୟକ୍ଷମାନଙ୍କ ଯୋଗୁଁ ନିଗମଗୁଡ଼ିକର ପରିଚାଳନାରେ କୌଣସି ଗୁଣାତ୍ମକ ଉନ୍ନତି ପରିଲକ୍ଷିତ ହେଉ ନ ଥିବାରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସେମାନଙ୍କୁ ଦାୟିତ୍ଵରୁ ଅବ୍ୟାହତି ଦେଇଛନ୍ତି।