Prthi

‘ଶ୍ରୀମନ୍ଦିର ରତ୍ନଭଣ୍ଡାର ନିଶ୍ଚିତ ଖୋଲାଯିବ, ଆରମ୍ଭ ହୋଇଛି ପ୍ରକ୍ରିୟା’

State

ଭୁବନେଶ୍ବର: ଖୁବଶୀଘ୍ର ଶ୍ରୀମନ୍ଦିର ରତ୍ନ ଭଣ୍ଡାର ଖୋଲାଯାଇ ଗଣତି ମଣତି କରାଯିବ । ଏଥିପାଇଁ ଯାହା ପ୍ରକ୍ରିୟା ରହିଛି ତାହା ଆରମ୍ଭ ହୋଇଯାଇଛି ବୋଲି କହିଲେ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ।

ତେବେ ଏହାକୁ କେଉଁ ଦିନ ଖୋଲାଯିବ ସେନେଇ ବିଭାଗ ପକ୍ଷରୁ ଜଣାଇ ଦିଆଯିବ । ରତ୍ନଭଣ୍ଡାରରେ କେତେ ଅଳଙ୍କାର ରହିଛି ଏହାକୁ ଗଣତି କରାଯିବା ପରେ ରିପୋର୍ଟକୁ ସାର୍ବଜନୀନ କରାଯିବ ବୋଲି ମନ୍ତ୍ରୀ କହିଛନ୍ତି ।

ମନ୍ତ୍ରୀ ଆହୁରି କହିଛନ୍ତି ଯେ, ରତ୍ନ ଭଣ୍ଡାର ବାବଦରେ ସରକାର ନିଷ୍ପତ୍ତି ନେବା ଆରମ୍ଭ କରିଛନ୍ତି । କିନ୍ତୁ ରତ୍ନ ଭଣ୍ଡାର ଖୋଲିବ ନିଶ୍ଚିତ ବୋଲି ସେ କହିଛନ୍ତି ।

ସୂଚନାଯୋଗ୍ୟ, ଶ୍ରୀମନ୍ଦିର ରେକର୍ଡ ଅଫ୍‌ ରାଇଟସ୍‌ ମୁତାବକ ପ୍ରତି ତିନି ବର୍ଷରେ ରତ୍ନଭଣ୍ଡାର ଖୋଲାହେବା ନିୟମ ରହିଥିବାବେଳେ ଆଜକୁ ପ୍ରାୟ ୪୫ ବର୍ଷ ହେବ ଏହା ଖୋଲାଯାଇନାହିଁ ।