Img 20240704 Wa0261

ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ୱବିଦ୍ୟାଳୟରେ ବନମହୋତ୍ସବ ପାଳିତ

State

ବାରିପଦା  : ସ୍ଥାନୀୟ ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ୱବିଦ୍ୟାଳୟରେ ବନମହୋତ୍ସବ ପାଳିତ ହୋଇଯାଇଛି । ବିଶ୍ୱବିଦ୍ୟାଳୟ କୁଳପତି ପ୍ରଫେସର ସନ୍ତୋଷ କୁମାର ତ୍ରିପାଠୀ ମୁଖ୍ୟ ଅତିଥି ରୂପେ ଯୋଗଦାନ କରି କାର୍ଯ୍ୟକ୍ରମକୁ ଉଦ୍‌ଘାଟନ କରିଥିଲେ । କାର୍ଯ୍ୟକ୍ରମରେ ସ୍ନାତକୋତ୍ତର ପରିଷଦର ଭାରପ୍ରାପ୍ତ ଅଧ୍ୟକ୍ଷ ପ୍ରଫେସର ବିଶ୍ୱଜିତ ରଥ ଯୋଗଦେଇ ଏଭଳି କାର୍ଯ୍ୟକ୍ରମ ଆଗାମୀ ଦିନରେ ଚାଲୁ ରହିବ ବୋଲି ମତପ୍ରକାଶ କରିଥିଲେ । କୁଳସଚିବ ଶ୍ରୀ ସହଦେବ ସମାଧିଆ କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ ଓ ବିତ୍ତ ନିୟନ୍ତ୍ରକ ଶ୍ରୀ ଶୁକଦେବ ତରେଇ ପରିଚାଳନାରେ ସହଯୋଗ କରିଥିଲେ । ବିଶ୍ୱବିଦ୍ୟାଳୟର ମାନବ ସମ୍ବଳ ବିକାଶ ସୌଧ ପରିସର ପ୍ରାନ୍ତରରେ ବିଶ୍ୱବିଦ୍ୟାଳୟର ଅଧ୍ୟାପକ, ଅଧ୍ୟାପିକା, କର୍ମଚାରୀ ଓ ଛାତ୍ରଛାତ୍ରୀ ସମସ୍ତେ ମିଳିତ ଭାବରେ ବୃକ୍ଷରୋପଣ କରିଥିଲେ । ବାରିପଦା ବନଖଣ୍ଡ ଅଧିକାରୀଙ୍କ କାର୍ଯ୍ୟାଳୟରୁ ପ୍ରାପ୍ତ ଆମ୍ବ, ପଣସ, ପିଜୁଳି, ସପେଟା, ଲିଚୁ, ଜାମୁ, ବାହାଡ଼ା, ହରିଡ଼ା ଆଦି ଉପାଦେୟ ଗଛଚାରାମାନ ରୋପଣ କରାଯାଇଥିଲା । ବିଶ୍ୱବିଦ୍ୟାଳୟ ଜାତୀୟ ସେବା ଯୋଜନା ସଂଯୋଜକ ଡ. ବସନ୍ତ କୁମାର ମହାନ୍ତ ଓ ଅଧିକାରୀ ସହକାରୀ ପ୍ରଫେସର ଡ. ବିଷ୍ଣୁପ୍ରିୟା ହାଁସଦା ଏହି କାର୍ଯ୍ୟକ୍ରମ ଆୟୋଜନରେ ସହଯୋଗ କରିଥିଲେ ।