Zzz

ପୁଣ୍ୟାତ୍ମା ଗୋପବନ୍ଧୁ ଦାସଙ୍କ ୯୬ତମ ଶ୍ରାଦ୍ଧୋତ୍ସବ କାର୍ଯ୍ୟକ୍ରମ, ମୁଖ୍ୟ ଅତିଥି ଭାବେ ଯୋଗଦେଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

State

ଭୁବନେଶ୍ବର: ବାୟୁସେନାର ସ୍ବତନ୍ତ୍ର ବିମାନଯୋଗେ ଆସି ଭୁବନେଶ୍ବର ବିମାନବନ୍ଦରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ପହଞ୍ଚିବା ପରେ ରାଜ୍ୟପାଳ ରଘୁବର ଦାସ ଏବଂ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବିମାନବନ୍ଦରରେ ତାଙ୍କୁ ସ୍ବାଗତ କରିଥିଲେ। ସେଠାରୁ ରାଷ୍ଟ୍ରପତି ବିମାନ ବନ୍ଦରରୁ ସଡକ ପଥରେ ସିଧାସଳଖ ଜୟଦେବ ଭବନକୁ ଆସିଥିଲେ। ଜୟଦେବ ଭବନରେ ଲୋକସେବକ ମଣ୍ଡଳ ଓ ‘ସମାଜ’ ଆନୁକୂଲ୍ୟରେ ଆୟୋଜିତ ଦୈନିକ ‘ସମାଜ’ର ପ୍ରତିଷ୍ଠାତା ପୁଣ୍ୟାତ୍ମା ଗୋପବନ୍ଧୁ ଦାସଙ୍କ ୯୬ତମ ଶ୍ରାଦ୍ଧୋତ୍ସବ କାର୍ଯ୍ୟକ୍ରମରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମୁଖ୍ୟ ଅତିଥି ଭାବେ ଯୋଗଦେଇଥିଲେ।
ରାଷ୍ଟ୍ରପତି ଦୌପଦୀ ମୁର୍ମୁଙ୍କ ସହିତ ରାଜ୍ୟପାଳ ରଘୁବର ଦାସ, ମୁଖ୍ୟମନ୍ତ୍ରୀ ମୋହନଚରଣ ମାଝୀ ଓ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବ କାର୍ଯ୍ୟକ୍ରମରେ ଅତିଥି ଭାବେ ଯୋଗଦେଇଥିଲେ। କାର୍ଯ୍ୟକ୍ରମରେ ଲୋକସେବକ ମଣ୍ଡଳ ସଭାପତି ରାଜକୁମାର ଏବଂ ଉପ ସଭାପତି ଦୀପକ ମାଲବ୍ୟ ଯୋଗଦେଇଥିଲେ। ଏହାସହିତ ଲୋକସେବକ ମଣ୍ଡଳ ସମ୍ପାଦକ ତଥା ଦୈନିକ ‘ସମାଜ’ର ସମ୍ପାଦକ, ପ୍ରକାଶକ ଓ ମୁଦ୍ରାକର ଡ.ପ୍ରଭାସ ଆଚାର୍ଯ୍ୟ ଉପସ୍ଥିତ ଥିଲେ।