Img 20240710 162612 750x430

ପ୍ରଭୁଙ୍କ ପଡ଼ିଯିବା ଘଟଣା: ୩ଜଣିଆ କମିଟି ଗଠନ, ନିଳାଦ୍ରିବିଜେର ୧୦ ଦିନ ଭିତରେ ରିପୋର୍ଟ

State

ପୁରୀ: ପରିଚାଳନା କମିଟି ବୈଠକ ପରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ସୂଚନା। ୧୪ରେ ରତ୍ନ ଭଣ୍ଡାର ଖୋଲିବାକୁ ସରକାରଙ୍କୁ ପ୍ରସ୍ତାବ ଦିଆଯାଇଛି। କିନ୍ତୁ କେବେ ଖୋଲିବ ସେନେଇ ସରକାର ନିଷ୍ପତ୍ତି ନେବେ ବୋଲି କହିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ।

୧୪ ତାରିଖରେ ରତ୍ନଭଣ୍ଡାର ଖୋଲିବାକୁ ରାଜ୍ୟ ସରକାରଙ୍କୁ ପ୍ରସ୍ତାବ ଦେଇଛି ଶ୍ରୀମନ୍ଦିର ପରିଚାଳନା କମିଟି। ରାଜ୍ୟ ସରକାର ଅନୁମତି ଦେଲେ ଖୋଲାଯିବ।ହାଇଲେବୁଲ କମିଟି ଦେଇଥିବା ପ୍ରସ୍ତାବକୁ ପରିଚାଳନା କମିଟିର ମଂଜୁରୀ ମିଳିଛି ବୋଲି ସୂଚନା ଦେଇଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ବୀରବିକ୍ରମ ଯାଦବ।

ସେହିପରି ଗତକାଲି ପହଣ୍ଡି ବେଳେ ଘଟିଥିବା ଅଘଟଣକୁ ନେଇ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ବୀରବିକ୍ରମ ଯାଦବ କହିଛନ୍ତି ଯେ, ପହଣ୍ଡି ଅଘଟଣ ନେଇ ପରିଚାଳନା କମିଟିରେ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଘଟଣାର ତଦନ୍ତ କରିବା ପାଇଁ ୩ ଜଣିଆ କମିଟି ଗଠନ କରାଯାଇଛି। ଏଥିରେ ଜଣେ ଏଡିଏମ୍‌, ଉନ୍ନୟନ ପ୍ରଶାସକ ଓ ଜଣେ ଡିଏସ୍‌ପି ରହିବେ । ଏମାନେ ଭିଡିଓ ଫୁଟେଜ୍‌ ସହ ସମସ୍ତ ଦିଗକୁ ଦେଖି ତଦନ୍ତ କରି ରିପୋର୍ଟ ଦେବେ।ନୀଳାଦ୍ରି ବିଜେର ୧୦ ଦିନ ମଧ୍ୟରେ କମିଟି ରିପୋର୍ଟ ପ୍ରଦାନ କରିବ ବୋଲି କହିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ବୀରବିକ୍ରମ ଯାଦବ।