Cyclone

୩୧ରେ ପୁଣି ସୃଷ୍ଟି ହେବ ଘୂର୍ଣ୍ଣିବଳୟ, ୧୬ ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ

State

ଭୁବନେଶ୍ୱର : ଆସନ୍ତା ୩୧ରେ ପୁଣି ସୃଷ୍ଟି ହେବ ଘୂର୍ଣ୍ଣିବଳୟ । ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ସମ୍ଭାବନା ଅଛି ।  ଏନେଇ ସୂଚନା ଦେଇଛନ୍ତି ପାଣିପାଗ ବିଶେଷଜ୍ଞ ସଞ୍ଜୀବ ଦ୍ବିବେଦୀ । ଘୂର୍ଣ୍ଣିବଳୟ ପ୍ରଭାବରେ ଉତ୍ତର ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ବର୍ଷା ଆଶଙ୍କା ।  ୩ ତାରିଖ ଯାଏଁ ଉତ୍ତର ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ବର୍ଷା ହେବ ।  ଏହା ସହ ଆସନ୍ତା ୨୪ ଘଣ୍ଟାରେ ୬ ଜିଲ୍ଲାରେ ପ୍ରବଳ ବର୍ଷା ଆଶଙ୍କା ।

ବାଲେଶ୍ବର, ଭଦ୍ରକ, ମୟୂରଭଞ୍ଜ, କେନ୍ଦୁଝର,ସୁନ୍ଦରଗଡ଼ ଓ ଯାଜପୁରରେ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।  ଏହି ୬ ଜିଲ୍ଲାରେ ୭୦ରୁ ୧୧୦ ମିମି ଯାଏଁ ବର୍ଷା ଆଶଙ୍କା ।  ସେହିପରି ୩୧ରେ ୧୬ ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ ।  ସେପଟେ ଘୂର୍ଣ୍ଣିବଳୟ ପ୍ରଭାବରେ ସାରା ରାଜ୍ୟରେ ଜାରି ରହିଛି ବର୍ଷା । ଆଗାମୀ ୨୪ ଘଣ୍ଟାରେ ୧୪ଟି ଜିଲ୍ଲାରେ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । କାଲି ସକାଳ ପର୍ଯ୍ୟନ୍ତ ସତର୍କ ରହିବାକୁ ସଂପୃକ୍ତ ଜିଲ୍ଲାବାସୀଙ୍କୁ ପରାମର୍ଶ କରିଛି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ।