Rain

ଆଗାମୀ ୨୪ ଘଣ୍ଟାରେ ପ୍ରବଳ ବର୍ଷା ନେଇ ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

State

ଭୁବନେଶ୍ୱର: ୩୧ରେ ଆଉ ଏକ ଘୂର୍ଣ୍ଣିବଳୟ ସମ୍ଭାବନା ।  ଓଡ଼ିଶା ଉପରେ ସୃଷ୍ଟି ହେବ ଘୂର୍ଣ୍ଣିବଳୟ ।  ପ୍ରଭାବରେ ବଢିବ ବର୍ଷାର ପରିମାଣ।  ରାଜ୍ୟରେ ସକ୍ରିୟ ରହିଛି ମୌସୁମୀ ।  ଏହା ସହ ଉତ୍ତର ଛତିଶଗଡ଼ ଉପରେ ରହିଛି ଏକ ଘୂର୍ଣ୍ଣିବଳୟ ।  ଏହା ପ୍ରଭାବରେ ରାଜ୍ୟରେ ବର୍ଷା ଜାରି ରହିଛି ।  ଆସନ୍ତା ପାଞ୍ଚ ଦିନ ଯାଏ ବର୍ଷାର ପୂର୍ବାନୁମାନ କରିଛି ଭୁବନେଶ୍ବର ପାଣିପାଗ କେନ୍ଦ୍ର ।  ଆଗାମୀ ୨୪ ଘଣ୍ଟାରେ ପ୍ରବଳ ବର୍ଷା ନେଇ ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଢେଙ୍କାନାଳ, କଟକ, ମାଲକାନଗିରି, କୋରାପୁଟ ଓ ନବରଙ୍ଗପୁରର ଗୋଟିଏ ଦୁଇଟି ସ୍ଥାନରେ ୭ରୁ ୧୧ ସେମି ବର୍ଷା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।  ଆସନ୍ତାକାଲି ପ୍ରବଳ ବର୍ଷା ପାଇଁ ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।  ୩୧ରୁ ବଢିବ ବର୍ଷାର ପରିମାଣ ।  ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ ୫ ଜିଲ୍ଲା କଟକ, ଢେଙ୍କାନାଳ, ନୟାଗଡ଼, ଅନୁଗୁଳ ଓ ଯାଜପୁରକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।  ପ୍ରବଳ ବର୍ଷା ପାଇଁ ୧୨ ଜିଲ୍ଲାକୁ ଚେତାବନୀ ଜାରି ହୋଇଛି ।

ଅଗଷ୍ଟ ୧ରେ ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ୫ ଜିଲ୍ଲା ଓ ପ୍ରବଳ ବର୍ଷା ପାଇଁ ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।  ସେପଟେ ବର୍ଷା ସତ୍ତ୍ବେ ୯ ପ୍ରତିଶତ ନିଅଣ୍ଟିଆ ବର୍ଷା ରେକର୍ଡ ହୋଇଛି ।  ଚଳିତ ମୌସୁମୀ ଋତୁରେ ଏଯାଏ ୪୭୮.୮ ମିମି ବର୍ଷା ହୋଇଥିବା ବେଳେ ସ୍ବାଭାବିକ ବୃଷ୍ଟିପାତ ପରିମାଣ ୫୨୬. ୪ ମିମି ।  ଗୋଟିଏ ଜିଲ୍ଲା ମାଲକାନଗିରିରେ ଅତ୍ୟଧିକ ବର୍ଷା ରେକର୍ଡ ହୋଇଥିବା ବେଳେ ୩ଟି ଜିଲ୍ଲାରେ ଅଧିକ, ୧୫ ଜିଲ୍ଲାରେ ସ୍ବାଭାବିକ ଓ ୧୧ଟି ଜିଲ୍ଲାରେ ନିଅଣ୍ଟିଆ ବର୍ଷା ରେକର୍ଡ ହୋଇଛି ୩୧ରେ ଆସୁଛି ଆଉ ଏକ ଘୂର୍ଣ୍ଣିବଳୟ ପ୍ରଭାବରେ ବଢିବ ବର୍ଷାର ପରିମାଣ ।