Dhar

ଓଡ଼ିଶା ବିଶ୍ୱବିଦ୍ୟାଳୟ ଆଇନରେ ସଂଶୋଧନ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଧର୍ମେନ୍ଦ୍ର ପ୍ରଧାନଙ୍କ ଚିଠି

State

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଧର୍ମେନ୍ଦ୍ର ପ୍ରଧାନ । ଓଡ଼ିଶା ବିଶ୍ୱବିଦ୍ୟାଳୟ(ସଂଶୋଧନ) ଆଇନ-୨୦୨୦ରେ ଆବଶ୍ୟକ ସଂଶୋଧନ କରିବାକୁ ମୋହନ ମାଝୀଙ୍କୁ ଚିଠି ଲେଖିଛନ୍ତି । ଶିକ୍ଷାବିତମାନଙ୍କ ମଧ୍ୟରେ ଆତ୍ମବିଶ୍ୱାସ ଫେରାଇ ଆଣିବା, ଶିକ୍ଷାନୁଷ୍ଠାନଗୁଡ଼ିକର ସ୍ୱାୟତ୍ତତାକୁ ସୁରକ୍ଷିତ ରଖିବା ପାଇଁ ଏହି ସଂଶୋଧନ ଗୁରୁତ୍ୱପୂର୍ଣ୍ଣ ବୋଲି କେନ୍ଦ୍ରମନ୍ତ୍ରୀ ପତ୍ରରେ ଉଲ୍ଲେଖ କରିଛନ୍ତି । ଅସଙ୍ଗତିକୁ ଆଇନଗତ ଓ ନିୟାମକ ଢାଞ୍ଚା ଅନୁସାରେ ସୁଧାରିବା ଆବଶ୍ୟକ । ଏନେଇ ଆବଶ୍ୟକ ସଂଶୋଧନ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଧର୍ମେନ୍ଦ୍ର ଅନୁରୋଧ କରିଛନ୍ତି ।

ଶିକ୍ଷାନୁଷ୍ଠାନଗୁଡ଼ିକର ସ୍ବାୟତ୍ତତା ସୁନିଶ୍ଚିତ କରିବା ଗୁରୁତ୍ବପୂର୍ଣ୍ଣ । UGC ନିୟମାବଳୀ ଆଧାରରେ ଶିକ୍ଷାନୁଷ୍ଠାନ କାର୍ଯ୍ୟ କରିବା ଆବଶ୍ୟକ । ତେଣୁ ଏହି ଗୁରୁତ୍ୱପୂର୍ଣ୍ଣ ବିଷୟକୁ ରାଜ୍ୟ ଗୁରୁତ୍ୱର ସହ ନେଇ ପଦକ୍ଷେପ ନେବା ପାଇଁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମୁଖ୍ୟମନ୍ତ୍ରୀ ମୋହନ ମାଝିଙ୍କ ହସ୍ତକ୍ଷେପ ଲୋଡିଛନ୍ତି ।