Rain

ଆସନ୍ତା ୪ ଦିନ ପର୍ଯ୍ୟନ୍ତ ଅଳ୍ପରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା

State

ଭୁବନେଶ୍ବର: ଦକ୍ଷିଣ ବଙ୍ଗୋପ ସାଗର ଏବଂ ଏହାର ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ଘୂର୍ଣ୍ଣିବଳୟ ।  ସକ୍ରିୟ ରହିଛି ମୌସୁମୀ ।  ଆସନ୍ତା ୪ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ ।  ସ୍ଥାନେ ସ୍ଥାନେ ପ୍ରବଳ ବର୍ଷା ସମ୍ଭାବନା ରହିଛି ।  ଆସନ୍ତା ୨୪ ଘଣ୍ଟାରେ ଭଦ୍ରକ, କେନ୍ଦ୍ରାପଡ଼ା ଓ ଜଗତସିଂହପୁର ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରରୁ ଅତିପ୍ରବଳ ବର୍ଷା ହୋଇପାରେ ।  ୭ ରୁ ୨୦ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ ବୋଲି ଆକଳନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।

ସେହିପରି ୧୭ଟି ଜିଲ୍ଲାରେ ୭ ରୁ ୧୧ ସେଣ୍ଟିମିଟର ବର୍ଷା ହୋଇପାରେ। ଏ ସବୁ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।  ଆସନ୍ତାକାଲି ପାଇଁ ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଦେବଗଡ଼, ସମ୍ବଲପୁର ଓ ଝାରସୁଗୁଡ଼ା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।  ସେହିପରି ୧୬ ତାରିଖ ପାଇଁ ୫ଟି ଜିଲ୍ଲା ଏବଂ ୧୭ ତାରିଖ ପାଇଁ ୪ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।