Img 20240814 Wa0193

ନୂତନ ଜିଲ୍ଲାପାଳଙ୍କୁ ମୟୁରଭଞ୍ଜ ଏଥଲେଟିକ ଏସୋସିଏସନ ତରଫରୁ ସ୍ୱାଗତ ସମ୍ବର୍ଦ୍ଧନା

State

ବାରିପଦା: ମୟୁରଭଞ୍ଜ ଜିଲ୍ଲାର ନୂତନ ଜିଲ୍ଲାପାଳ ଭାବେ ଯୋଗଦେଇଥିବା ହେମକାନ୍ତ ସଏ ଙ୍କୁ ମୟୁରଭଞ୍ଜ ଏଥଲେଟିକ ଏସୋସିଏସନର କର୍ମକର୍ତ୍ତା ବୃନ୍ଦ ସୌଜନ୍ୟ ମୂଳକ ସାକ୍ଷାତ କରିବା ସହ ସ୍ୱାଗତ ସମ୍ବର୍ଦ୍ଧନା ଜଣାଇଥିଲେ I ଜିଲ୍ଲାରେ କ୍ରୀଡାର ବିକାଶ ପାଇଁ ସମସ୍ତ ପଦକ୍ଷେପ ନେବେ ବୋଲି ଜିଲ୍ଲାପାଳ ପ୍ରକାଶ କରିଥିଲେ I ମୟୁରଭଞ୍ଜ ଏଥଲେଟିକ ଏସୋସିଏସନର ଉପ ସଭାପତି ବିବେକାନନ୍ଦ ପଟ୍ଟନାୟକ, ସାଧାରଣ ସମ୍ପାଦକ ବିଜୟ କୁମାର ଦାସ, କୋଷାଧ୍ୟକ ଅମିତାଭ ଦାସ, ସହ ସମ୍ପାଦକ ବୈଦ୍ୟନାଥ ରଥ, ଅଶୋକ କୁମାର ପଟ୍ଟନାୟକ, ଅମର କୁମାର ସେଠି, ରବୀନ୍ଦ୍ର ମହାନ୍ତି, ହର ପ୍ରସାଦ ପାତ୍ର, ଗଣ ମାଧ୍ୟମ ସଂଯୋଜକ ସୋମନାଥ ସିଂହ, ବରିଷ୍ଠ ସଭ୍ୟ ଉମେଶ ସାହୁ ପ୍ରମୁଖ ଉପସ୍ଥିତ ଥିଲେ I