Rain

ସୃଷ୍ଟି ହେଲା ଲଘୁଚାପ, ଆଗାମୀ ୨୪ ଘଣ୍ଟା ସତର୍କ ଜାରି

State

ଭୁବନେଶ୍ବର: ଦକ୍ଷିଣ ବାଂଲାଦେଶ ତତସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପତ୍ୟାକା ଅଞ୍ଚଳରେ ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଆଜି ଉତ୍ତରପଶ୍ଚିମ ବଙ୍ଗୋପସାଗର ପାର୍ଶ୍ଵବର୍ତ୍ତୀ ପଶ୍ଚିମବଙ୍ଗ ଉପକୁଳ ଏବଂ ତତ-ସଂଲଗ୍ନ ବାଂଲାଦେଶ ଉପକୁଳ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏହି ଲଘୁଚାପ କ୍ଷେତ୍ର ସହ ଜଡିତ ଘୂର୍ଣ୍ଣିବଳୟର ବ୍ୟାପ୍ତି ବାୟୁମଣ୍ଡଳର ମଧ୍ୟଭାଗ ଯାଏଁ ରହିବା ସହ ଏହା ବାୟୁମଣ୍ଡଳରେ ଉଚ୍ଚତା ସହ ଦକ୍ଷିଣପଶ୍ଚିମ ଦିଗ ଆଡକୁ ରହିଛି l

ଏହି ଲଘୁଚାପ କ୍ଷେତ୍ର ଆହୁରି ଘନୀଭୂତ ହେବା ସହ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତିକରି ଗାଙ୍ଗେୟ ପଶ୍ଚିମବଙ୍ଗ ଉପତ୍ୟାକା ଏବଂ ଝାଡ଼ଖଣ୍ଡ ମଧ୍ୟ ଦେଇ ଆଗାମୀ ୨ ରୁ ୩ ଦିନ ଯାଏଁ ଗତି କରିବାର ସମ୍ଭାବନା ରହିଛି l

ଏହାର ପ୍ରଭାବ ରେ ରାଜ୍ୟରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ମଧ୍ୟମରୁ ପ୍ରବଳ ବର୍ଷା ହୋଇପାରେ । ଏହାସହ ଉତ୍ତର ଓଡ଼ିଶାର କେତେକ ଜିଲ୍ଲାର କିଛି କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ସତର୍କ କରାଇଛି ପାଣିପାଗ ବିଭାଗ । ଏହି ସ୍ଥାନରେ ୭ ସେମି ରୁ ୨୦ ସେମି ବର୍ଷା ନେଇ ଆକଳନ କରିଛି ପାଣିପାଗ ବିଭାଗ ।  ଏହାସହିତ ଉକ୍ତ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଅତ୍ୟନ୍ତ ପ୍ରବଳ ବର୍ଷାର ଯାହା ୨୦ ସେମିରୁ ଅଧିକ ହେଇପାରେ ବୋଲି ସମ୍ଭାବନା ରହିଛି l ସେହିପରି ଆସନ୍ତା କାଲି ମଧ୍ୟ ବିସ୍ତୃତି ବର୍ଷା ସହ କିଛି କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି ।

ଆଜି ପାଇଁ ୧୨ ଜିଲ୍ଲା, ବରଗଡ଼, ଝାରସୁଗୁଡ଼ା, ସମ୍ୱଲପୁର, ଦେବଗଡ଼, ସୁନ୍ଦରଗଡ଼, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, ବାଲେଶ୍ୱର ଓ ଭଦ୍ରକକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଏହି ଜିଲ୍ଲାରେ କେତେକ ସ୍ଥାନରେ ୭ରୁ ୧୧ ସେମି ବର୍ଷା ହେବାର ସମ୍ଭାବନା ରହିଛି।

ଏହାସହିତ ଆସନ୍ତାକାଲି ପାଇଁ ବରଗଡ଼, ଝାରସୁଗୁଡ଼ା, ସମ୍ୱଲପୁର, ଦେବଗଡ଼, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର ଓ ଭଦ୍ରକ ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ରବିବାର ବରଗଡ଼, ବଲାଙ୍ଗିର, ଝାରସୁଗୁଡ଼ା, ସମ୍ୱଲପୁର, ଦେବଗଡ଼, ସୁନ୍ଦରଗଡ଼, କେନ୍ଦୁଝର ଜିଲ୍ଲାରେ, ସୋମବାର ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ୱଲପୁର, ସୋନପୁର ଓ ଦେବଗଡ଼ ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ତେଣୁ ଏହି ଜିଲ୍ଲାଗୁଡିକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।