High Court 2

ନିର୍ବାଚନ ଅନିୟମିତତା: ଧର୍ମେନ୍ଦ୍ର ପ୍ରଧାନଙ୍କୁ ହାଇକୋର୍ଟ ନୋଟିସ୍

State

ଭୁବନେଶ୍ୱର:ସମ୍ବଲପୁର ଲୋକସଭା ନିର୍ବାଚନ ଅନିୟମିତତା ଅଭିଯୋଗ ମାମଲାରେ ସମ୍ବଲପୁର ସାଂସଦ ତଥା କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ହାଇକୋର୍ଟଙ୍କ ନୋଟିସ୍ l ସ୍ବାଧୀନ ପ୍ରାର୍ଥୀ ସୁବାସ ମହାପାତ୍ରଙ୍କ ଆବେଦନ ଆଧାରରେ ନୋଟିସ୍ ଜାରି କଲେ ହାଇକୋର୍ଟ l ଧର୍ମେନ୍ଦ୍ରଙ୍କ ନାଁରେ ତ୍ରୁଟିପୂର୍ଣ୍ଣ ନାମାଙ୍କନ ଦାଖଲ ଓ ଅଫିସ୍ ଅଫ୍ ପ୍ରଫିଟ ଅଭିଯୋଗ ଆଣିଛନ୍ତି ସୁବାସ l

2024 ଲୋକସଭା ନିର୍ବାଚନରେ ରାଜ୍ୟର ଚର୍ଚ୍ଚିତ ଲୋକସଭା ଆସନ ସମ୍ବଲପୁର ତିନି ପ୍ରମୁଖ ଦଳ ପ୍ରାର୍ଥୀମାନଙ୍କୁ ନେଇ ସରଗରମ ହୋଇଥିଲା l ବିଜେପି ପକ୍ଷରୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପ୍ରାର୍ଥୀ ହୋଇଥିବା ବେଳେ ବିଜେଡି ତରଫରୁ ପ୍ରଣବ ପ୍ରକାଶ ଦାସ ମୈଦାନକୁ ଓହ୍ଲାଇଥିଲା । ସେହିଭଳି କଂଗ୍ରେସ ସହ ସ୍ବାଧୀନ ପ୍ରାର୍ଥୀ ମଧ୍ୟ ନିର୍ବାଚନ ଲଢ଼ିଥିଲେ। କିନ୍ତୁ ସମସ୍ତଙ୍କୁ ପଛରେ ପକାଇ ଧର୍ମେନ୍ଦ୍ର ପ୍ରଧାନ ବାଜି ମାରିଥିଲେ l