Heavy Rainfall Likely In Odisha From Sept 1 Imd 750x430

ପ୍ରବଳ ବର୍ଷିବ: ୮ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

State

ଭୁବନେଶ୍ୱର: ସକ୍ରିୟ ରହିଛି ଉତ୍ତର ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ । ପରବର୍ତ୍ତୀ ୪୮ ଘଣ୍ଟାରେ ଘନିଭୂତ ହୋଇ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ନେଇ ସମ୍ଭାବନା ରହିଛି । ଫଳରେ ଆସନ୍ତା ୨୭ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ।

ଅନ୍ୟପଟେ ରାଜ୍ୟରେ ପ୍ରବଳ ବର୍ଷା ନେଇ ବିଭିନ୍ନ ଜିଲ୍ଲାକୁ ଅରେଞ୍ଜ୍‌ ଓ ୟେଲୋ ୱାର୍ଣ୍ଣିଂ ଜାରି କରିବା ସହ ସତର୍କ ସୂଚନା ଜାରି କରିଛନ୍ତି ଏସିଆରସି। ରାଜ୍ୟରେ ଆଗାମୀ ୩ ଦିନ ଯାଏଁ ପ୍ରବଳରୁ ଅତିପ୍ରବଳ ବର୍ଷା ହେବା ନେଇ ସତର୍କତା ଜାରି କରାଯାଇଛି। ଆସନ୍ତାକାଲି ପର୍ଯ୍ୟନ୍ତ ୮ ଜିଲ୍ଲାକୁ ଅରେଞ୍ଜ୍‌ ଓ ୧୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।ମୟୂରଭଞ୍ଜ, କେନ୍ଦୁଝର, ଅନୁଗୁଳ, ଢ଼େଙ୍କାନାଳ, କଟକ, ଜଗତସିଂହପୁର, ଯାଜପୁର ଓ କେନ୍ଦ୍ରାପଡ଼ାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଏହିସବୁ ଜିଲ୍ଲାରେ ୭ରୁ ୨୦ ସେମି ପର୍ଯ୍ୟନ୍ତ ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଥିବା ଜିଲ୍ଲା ମାନଙ୍କରେ ୭ରୁ ୧୧ ସେମି ବର୍ଷା ହେବା ନେଇ ସୂଚନା ମିଳିଛି।