Img 20240827 Wa0197

ଅନୁଷ୍ଠିତ ହେଲା ବାରିପଦା ଉପଖଣ୍ଡ ପାଇଁ ଯୁଗ୍ମ ଜନ ଅଭିଯୋଗ ଶୁଣାଣୀ

State

୧୭୩ଟି ଅଭିଯୋଗର ଶୁଣାଣି କଲେ ଜିଲ୍ଲାପାଳ, ଏବଂ ଆରକ୍ଷୀ ଅଧିକ୍ଷିକା; ୬ଟି ଅଭିଯୋଗର ହେଲା ତତ୍କାଳ ସମାଧାନ

ବାରିପଦା:  ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ମୟୂରଭଞ୍ଜ ଜ଼ିଲ୍ଲା ସଦରମହକୁମା ବାରିପଦା ଠାରେ ଜିଲ୍ଲାପାଳ ଶ୍ରୀ ହେମକାନ୍ତ ସୟ , ଜିଲ୍ଲା ଆରକ୍ଷୀ ଅଧିକ୍ଷିକା ଶ୍ରୀମତୀ ଏସ. ସୁଶ୍ରୀ ମଙ୍ଗଳବାର ଦିନ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ହୋଇଥିବା ଜନଶୁଣାଣୀ ବୈଠକରେ ଯୋଗଦାନ କରି ବାରିପଦା ଉପଖଣ୍ଡର ୧୦ଟି ବ୍ଲକ ଏବଂ ସଦରମହକୁମାର ବିଭିନ୍ନ ଅଭିଯୋଗ ଗୁଡିକର ଶୁଣାଣି କରିଛନ୍ତି। ଏହି ଜନଶୁଣାଣୀ ବୈଠକରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ବିଭୁତି ଭୂଷଣ ନାୟକ , ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ନେତ୍ରାନନ୍ଦ ମଲ୍ଲିକ, ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଉଦୟ କୁମାର ମହାପାତ୍ର, ବାରିପଦା ଉପଜିଲ୍ଲାପାଳ ଶ୍ରୀ ଈଶ୍ବର ଚନ୍ଦ୍ର ନାୟକ , ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଶ୍ରୀଯୁକ୍ତ ରଜନୀକାନ୍ତ ସ୍ୱାଇଁ ଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ଆୟୋଜିତ ହୋଇଥିଲା I ଏହି ଶିବିରରେ ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକ୍ଷକ, ଡାଃ ଅଭୟ କୁମାର ଦାଶ ଯୋଗଦେବା ସହ ଉପଖଣ୍ଡର ସମସ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀ, ତହସିଲଦାରଙ୍କ ସମେତ ଉପଖଣ୍ଡ ଓ ବ୍ଲକ ସ୍ତରୀୟ ବିଭିନ୍ନ ବିଭାଗୀୟ ଅଧିକାରୀ ମାନେ ଉପସ୍ଥିତ ରହି ଶୁଣାଣି କାର୍ଯ୍ୟରେ ସହଯୋଗ କରିଥିଲେ I ଆଜିର ଶୁଣାଣିରେ ବାରିପଦା ଉପଖଣ୍ଡ ଅନ୍ତର୍ଗତ ଚାରୋଟି ବ୍ଲକର ସର୍ବମୋଟ ୧୭୩ ଟି ଅଭିଯୋଗ ଶୁଣାଣି ହୋଇଥିଲା । ସମସ୍ତ ଅଭିଯୋଗ ମାନଙ୍କ ମଧ୍ୟରେ ମୁଖ୍ୟତଃ ଉପଖଣ୍ଡର ବିଭିନ୍ନ ସ୍ଥାନରେ ଜଳ ଯୋଗାଣ, ଜମି ସୀମାଙ୍କନ, ଜଙ୍ଗଲ ଜମି ପଟ୍ଟା ଆବଣ୍ଟନ ସ୍ୱାସ୍ଥ୍ୟଗତ ଏବଂ ଚିକିତ୍ସା ଜନିତ ଆବଶ୍ୟକ ସୁବିଧା ଗମନାଗମନ, ଭିନ୍ନକ୍ଷମଙ୍କ ସାମାଜିକ ସୁରକ୍ଷା, ବାସଗୃହ ଜନିତ ସମସ୍ୟା ଗୁଡ଼ିକ ସର୍ବାଧିକ ଥିଲା। ଉକ୍ତ ଅଭିଯୋଗ ମଧ୍ୟରୁ ୧୪୮ଟି ବ୍ୟକ୍ତିଗତ ସମସ୍ୟା ଥିବାବେଳେ, ୨୫ଗୋଟି ସାମୁହିକ ସମସ୍ୟା ସମ୍ବଳିତ ବିଷୟରେ ଆଧାରିତ ଥିଲା I ସେଥିମଧ୍ୟରୁ ୬ଟି ଅଭିଯୋଗର ତତ୍କାଳ ସମାଧାନ କରାଯାଇଥିବା ବେଳେ, ସର୍ବମୋଟ ୬ଜଣଙ୍କୁ ଚିକିତ୍ସା ନିମନ୍ତେ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ୩୦,୦୦୦ ଟଙ୍କା ପ୍ରଦାନ କରାଯାଇଥିଲା। ତତ୍ସହିତ ରେଡ୍କ୍ରସ ପାଣ୍ଠିରୁ ଜଣଙ୍କୁ ୫୦୦୦ ଟଙ୍କା ଅର୍ଥରାଶି ମଂଜୁର କରା ଯାଇଥିଲା I ଆଜିର ଶୁଣାଣୀରେ ବିଭିନ୍ନ ବିଭାଗ ପାଇଁ ଆସିଥିବା ଅଭିଯୋଗ ଗୁଡିକ ମଧ୍ୟରେ ସରକାରଙ୍କର ବିଭିନ୍ନ ଯୋଜନା ଅନୁଯାୟୀ ଆବାସ ସହାୟତା, ଜଳ ନିଷ୍କାସନ ବ୍ୟବସ୍ଥା ଆଦି ଅଭିଯୋଗ ଗୁଡିକ ଉପରେ ବିଚାର କରି ତାର ସମାଧାନ ନିମନ୍ତେ ବିଭିନ୍ନ ବିଭାଗୀୟ ଅଧିକାରୀ ମାନଙ୍କୁ ଜିଲ୍ଲାପାଳ ନିର୍ଦ୍ଧେଶ ଦେଇଥିଲେ I ଉପରୋକ୍ତ ସମସ୍ତ କାର୍ଯ୍ୟକ୍ରମ ପରିଚାଳନାରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର କର୍ମଚାରୀ ଓ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ଅନ୍ୟାନ୍ୟ କର୍ମଚାରୀ ପ୍ରମୁଖ ସହଯୋଗ କରିଥିବାର ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଶ୍ରୀ ଅବିନାଶ ପାଣିଙ୍କ ଠାରୁ ପ୍ରକାଶ I

Img 20240827 Wa0196