Low Pressure

ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର, ୩୬ ଘଣ୍ଟାରେ ନେବ ଅବପାତର ରୂପ

State

ଭୁବନେଶ୍ୱର: ବଙ୍ଗୋପ ସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ସୁଦୃଶ୍ୟ ଲଘୁଚାପ କ୍ଷେତ୍ରରେ ପରିଣତ ହେଲା ।  ଏହା ଏବେ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରୁଛି । ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରି ଉତ୍ତର ଆନ୍ଧ୍ରପ୍ରଦେଶ ଓ ସଂଲଗ୍ନ ଦକ୍ଷିଣ ଓଡ଼ିଶା ଉପକୂଳ ମୁହାଁ ହେବ ।  ଆସନ୍ତା ୩୬ ଘଣ୍ଟା ମଧ୍ୟରେ ଏହା ଅବପାତର ରୂପ ନେବ। ଏହାର ପ୍ରଭାବରେ ଆଜି ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ ୩ଜିଲ୍ଲା ମାଲକାନଗିରି, କୋରାପୁଟ ଓ ଗଜପତିକୁ ରେଡ ୱାର୍ଣ୍ଣିଂ ଜାରି ହୋଇଛି।

ପ୍ରବଳ ବର୍ଷା ପାଇଁ ୪ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଓ ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର । ରାଜ୍ୟରେ ଆଗାମୀ ୨ଦିନ ପ୍ରବଳ ବର୍ଷା ନେଇ ଜିଲ୍ଲାପାଳଙ୍କୁ ସତର୍କ କରିଛନ୍ତି ସ୍ବତନ୍ତ୍ର ରିଲିଫ କମିସନର । ସ୍ଥିତିର ମୁକାବିଲା ପାଇଁ ସମସ୍ତ ପଦକ୍ଷେପ ଗ୍ରହଣ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ସମୁଦ୍ର ଅଶାନ୍ତ ରହୁଥିବାରୁ ୧ତାରିଖ ପର୍ଯ୍ୟନ୍ତ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମଧ୍ୟକୁ ଯିବାକୁ ବାରଣ କରାଯାଇଛି ।