Zzzz

ସୁଭଦ୍ରା ଯୋଜନାରେ ପଞ୍ଜିକରଣ କରୁଥିବା ମହିଳାମାନଙ୍କୁ ଭେଟିଲେ କେନ୍ଦ୍ରମନ୍ତ୍ରୀ

State

କଟକ : ସ୍ୱାୟତ୍ତ ଶାସନ ଦିବସ ଅବସରରେ ଶନିବାର କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କଟକ ଠାରେ ବିଭିନ୍ନ ପ୍ରକଳ୍ପର ଉଦଘାଟନ କରିବା ଅବସରରେ ସୁଭଦ୍ରା ଯୋଜନାରେ ପଞ୍ଜିକରଣ କରୁଥିବା ମାତୃଶକ୍ତିଙ୍କୁ ସାକ୍ଷାତ କରିଛନ୍ତି। ମହିଳାଙ୍କୁ ସ୍ୱାବଲମ୍ବୀ ଓ ସଶକ୍ତ କରିବା ପାଇଁ ଆରମ୍ଭ ହୋଇଥିବା ଓଡ଼ିଶା ସରକାରଙ୍କ ଏହି ଯୋଜନାକୁ ନେଇ ମା’ ଭଉଣୀମାନେ ଖୁସିପ୍ରକାଶ କରିଥିବା ମନ୍ତ୍ରୀ ଶ୍ରୀ ପ୍ରଧାନ କହିଛନ୍ତି।
ସୂଚନା ଯୋଗ୍ୟ, ‘ସୁଭଦ୍ରା ଯୋଜନା’ରେ ମହିଳା ହିତାଧିକାରୀଙ୍କୁ ବାର୍ଷିକ ୧୦ ହଜାର ଟଙ୍କା ତଥା ମୋଟ ୫ ବର୍ଷରେ ସିଧାସଳଖ ବ୍ୟାଙ୍କ୍ ଖାତାକୁ ୫୦ ହଜାର ଟଙ୍କା ପ୍ରଦାନ କରାଯିବ। ଏହି ଯୋଜନାରେ ପ୍ରାୟ ୧ କୋଟିରୁ ଉର୍ଦ୍ଧ୍ୱ ମା’ ଭଉଣୀମାନେ ଉପକୃତ ହେବେ।