Hc

ଓଡ଼ିଶାରେ କୌଣସି ସ୍ଥାନରେ ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା ସମ୍ଭାବନା ନାହିଁ : ମୁଖ୍ୟମନ୍ତ୍ରୀ

State

ଭୁବନେଶ୍ୱର : ଓଡ଼ିଶାରେ କୌଣସି ସ୍ଥାନରେ ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା ସମ୍ଭାବନା ନାହିଁ ।  ଆଜି ଗୃହରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଲିଖିତ ଉତ୍ତରରୁ ଏହା ଜଣାପଡିଛି ।  ଆଜି ଗୃହରେ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂ ଦେଓ ପ୍ରଶ୍ନ କରିଥିଲେ, ବଲାଙ୍ଗିରରେ ହାଇକୋର୍ଟଙ୍କ ସର୍କିଟ୍ ବେଞ୍ଚ ପ୍ରତିଷ୍ଠା ପାଇଁ ସରକାରଙ୍କ ପ୍ରସ୍ତାବ ଅଛି କି ।  ଏହାର ଉତ୍ତରରେ ମୋହନ ମାଝୀ ଜଣାଇଥିଲେ, ସୁପ୍ରିମକୋର୍ଟଙ୍କ ଦ୍ବାରା ଏ ସଂକ୍ରାନ୍ତରେ ଆସିଥିବା ରାୟ ଅନୁଯାୟୀ, ଓଡ଼ିଶାର କୌଣସି ସ୍ଥାନରେ ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା ହେବାର ଯଥାର୍ଥ ନାହିଁ ।  ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା ନେଇ ଦୀର୍ଘ ଦିନ ହେବ ଦାବି କରିଆସୁଛନ୍ତି ପଶ୍ଚିମ ଓଡ଼ିଶାବାସୀ ।  ଏନେଇ ଅନେକ ଦିନ ଧରି କାର୍ଯ୍ୟବନ୍ଦ ଆନ୍ଦୋଳନ ମଧ୍ୟ ହୋଇଥିଲା  ।