Rbi 700x430

ମହାପ୍ରଭୁଙ୍କ ଦର୍ଶନ ସାନିଧ୍ୟ ନେଲେ ଆରବିଆଇ ଗଭର୍ଣ୍ଣର ଶକ୍ତିକାନ୍ତ ଦାସ

State

ପୁରୀ: ଆଜି ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ କରିଛନ୍ତି ଆରବିଆଇ ଗଭର୍ଣ୍ଣର ଶକ୍ତିକାନ୍ତ ଦାସ। ମହାପ୍ରଭୁଙ୍କ ଦର୍ଶନ ସାନିଧ୍ୟ ନେଲେ ଶକ୍ତିକାନ୍ତ ଦାସ। ଚାରି ଦିନିଆ ଓଡିଶା ଗସ୍ତ ଅବସରରେ ଆଜି ସେ ମହାପ୍ରଭୁଙ୍କ ଦର୍ଶନ ସାନିଧ୍ୟ ନେଇ ଖୁବ୍ ଭାବିବିହ୍ଵଳ ହୋଇଛନ୍ତି ।

ଶ୍ରୀମନ୍ଦିର ପ୍ରଶାସନ,ଜିଲ୍ଲା ପ୍ରଶାସନ ଓ ସେବାୟତଙ୍କ ତରଫରୁ ତାଙ୍କୁ ସିଂହଦ୍ୱାରଠାରେ ଖଣ୍ଡୁଆ ଦେଇ ସ୍ବାଗତ କରାଯାଇଥିଲା । ପ୍ରାୟ ଅଧ ଘଣ୍ଟା ଶ୍ରୀମନ୍ଦିରରେ ବିତେଇବା ସହ ବିମଳା, ଲକ୍ଷ୍ମୀ ଓ ପାର୍ଶ୍ଵ ଦେବାଦେବୀଙ୍କୁ ସେ ଦର୍ଶନ କରିଥିଲେ ।

୨୦୨୧ ରେ ପ୍ରଥମ ଓଡ଼ିଆ ଭାବରେ ଆରବିଆଇ ଦାୟିତ୍ଵ ନେବା ପରେ ସେ ଦର୍ଶନ ପାଇଁ ଆସିଥିଲେ। ମହାପ୍ରଭୁଙ୍କ ପାଖରେ ରାଜ୍ୟ ତଥା ଦେଶର ମଙ୍ଗଳ କାମନା କରିଛି ବୋଲି ସେ ପ୍ରତିକ୍ରିୟାରେ କହିଛନ୍ତି । ମନ ଓ ମସ୍ତିସ୍କରେ ସବୁବେଳେ ମହାପ୍ରଭୁ ରହିଛନ୍ତି ଓ ତାଙ୍କୁ ପ୍ରତ୍ୟେକ ଦିନ ସକାଳେ ସଞ୍ଜ ବେଳେ ପ୍ରାର୍ଥନା କରିଥାଏ ବୋଲି ସେ ଖୁବ୍ ଭାବବିହ୍ୱଳ ହୋଇ କହିଛନ୍ତି ।