2197e822 543f 4147 8ba4 E2dde7ee0210

ବର୍ଷା କ୍ଷୟକ୍ଷତି ଏବଂ ମୁକାବିଲାର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

State

ଭୁବନେଶ୍ୱର : ରାଜ୍ୟରେ ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି  । ଅନେକ ଅଞ୍ଚଳ ଜଳମଗ୍ନ  । ବର୍ଷା ପ୍ରଭାବରେ କ୍ଷତକ୍ଷତି ଏବଂ ମୁକାବିଲା ପାଇଁ ନିଆଯାଇଥିବା ପଦକ୍ଷେପ ସମ୍ପର୍କରେ ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ  । ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ଏବଂ ଏସଆରସି ତଥା ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଦେଓ ରଞ୍ଜନ କୁମାର ସିଂହ ମୁଖ୍ୟମନ୍ତ୍ରୀଙ୍କୁ ନିଆଯାଇଥିବା ପଦକ୍ଷେପ ସମ୍ବନ୍ଧରେ ଅବଗତ କରାଇଥିଲେ ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସମୁଦ୍ରକୁ ଠିକ୍ ଭାବେ ଜଳ ନିଷ୍କାସନ ହୋଇପାରୁନଥିବାରୁ ବହୁ ସ୍ଥାନରେ ଜଳବନ୍ଦୀ ସମସ୍ୟା ଦେଖାଦେଇଥିବା ମୁଖ୍ୟମନ୍ତ୍ରୀ କହିଛନ୍ତି । ବିଶେଷ କରି କୋରାପୁଟ ଓ ମାଲକାନଗିରି ଜିଲ୍ଲାବାସୀ ବର୍ଷା ଯୋଗୁଁ ଅଧିକମାତ୍ରାରେ ପ୍ରଭାବିତ ହୋଇଥିବା ମୁଖ୍ୟମନ୍ତ୍ରୀ ଛନ୍ତି  । ଅନେକ ଜାଗା ରେ ଯାତାୟାତ ବାଧାପ୍ରାପ୍ତ ହୋଇଛି।

ଜଳବନ୍ଦୀ ସମସ୍ୟା ମଧ୍ୟ ଘଟିଛି। ଓଡ୍ରାଫ୍, ଏନଡିଆରଏଫ ଏବଂ ଅଗ୍ନିଶମ ବାହିନୀ ସହାୟତାରେ ଲୋକ ଙ୍କ ଅସୁବିଧାକୁ ତତ୍ପରତାର ସହ ଦୂର କରିବା ପାଇଁ ବିଭାଗକୁ ନିର୍ଦ୍ଦେଶ ଦେଇଛନ୍ତି । ରିଲିଫ ସାମଗ୍ରୀ ବ୍ୟାପକ ମାତ୍ରାରେ ମହଜୁଦ ରଖି ପ୍ରଭାବିତ ଲୋକଙ୍କୁ ଯୋଗାଇବାପାଇଁ ମୁଖ୍ୟମନ୍ତ୍ରୀ କହିଛନ୍ତି ।