Beo

କାର୍ଯ୍ୟରେ ଅବହେଳା ପାଇଁ ୪ ଶିକ୍ଷୟତ୍ରୀଙ୍କ ଦରମା ବନ୍ଦ

State

ବାରିପଦା : ବାରିପଦା ଗୋଷ୍ଠୀ ଶିକ୍ଷା ଅଧିକାରୀ ନଳିନୀକାନ୍ତ ପ୍ରଧାନ ବ୍ଲକ ଅଧିନସ୍ଥ ବିଭିନ୍ନ ବିଦ୍ୟାଳୟ ପରିଦର୍ଶନ କରି କାର୍ଯ୍ୟରେ ଅବହେଳା ଲକ୍ଷ୍ୟ କରି ୪ ଶିକ୍ଷୟତ୍ରୀଙ୍କ ଦରମା ବନ୍ଦ କରିବା ସହ ଜଣେ ଶିକ୍ଷକଙ୍କୁ କାରଣ ଦର୍ଶାଅ ନୋଟିସ ଜାରି କରିଛନ୍ତି I ଗୁଞ୍ଜୁସାହି କ୍ଲଷ୍ଟର ର ଶିକାରଘାଟି ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଜଣେ ଓ ଚନ୍ଦନପୁର କ୍ଲଷ୍ଟର ର ଚନ୍ଦାବିଲା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ୩ ଜଣ ଶିକ୍ଷୟତ୍ରୀ ବାରମ୍ବାର କାର୍ଯ୍ୟରେ ଅବହେଳା କରିଥିବାରୁ ସେମାନଙ୍କର ସେପ୍ଟେମ୍ବର ମାସର ଦରମା ବନ୍ଦ କରିବା ପାଇଁ ନିର୍ଦ୍ଦେଶ ଜାରି କରିଛନ୍ତି ବୋଲି ଶ୍ରୀ ପ୍ରଧାନ ଜଣାଇଛନ୍ତି I ତତସହିତ ବୈଦିପୁର ପ୍ରାଥମିକ ବିଦ୍ୟାଳୟ ର ଜନୈକ ଶିକ୍ଷକଙ୍କୁ ମଧ୍ୟ ପ୍ରଥମ ଥର କାର୍ଯ୍ୟରେ ଅବହେଳା କରିଥିବାରୁ ତାଙ୍କୁ କାରଣ ଦର୍ଶାଅ ନୋଟିସ ଜାରି କରିଛନ୍ତି I ବାରିପଦା ବ୍ଲକ ଅନ୍ତର୍ଗତ ସମସ୍ତ ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପଢ଼ୁଥିବା ଛାତ୍ରଛାତ୍ରୀଙ୍କ ଭବିଷ୍ୟତ ଶିକ୍ଷକ / ଶିକ୍ଷୟତ୍ରୀ ମାନଙ୍କ ଉପରେ ନ୍ୟସ୍ତ ଥିବାରୁ ନିଜନିଜର କର୍ତ୍ତବ୍ୟ ସୁଚାରୁ ରୂପେ ପରିଚାଳନା କରିବା ପାଇଁ ମଧ୍ୟ ଶ୍ରୀ ପ୍ରଧାନ ନିର୍ଦ୍ଦେଶ ଦେଇଛନ୍ତି I