Puri 5

ରବିବାର ବାମନ ଜନ୍ମ ନୀତି: ୩ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ

State

ପୁରୀ: ରବିବାର ଭାଦ୍ରବ ଶୁକ୍ଳ ଦ୍ଵାଦଶୀ ତିଥି । ଆସନ୍ତାକାଲି(ରବିବାର) ଶ୍ରୀମନ୍ଦିରରେ ବାମନ ଜନ୍ମ ନୀତି ଅନୁଷ୍ଠିତ ହେବ। ମଧ୍ୟାହ୍ନ ଧୂପ ସରିବା ପରେ ନୀତିକାନ୍ତି କରାଯିବ । ତେଣୁ ଅପରାହ୍ନ ୫ଟାଠାରୁ ରାତି ୮ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ।
ବିଷ୍ଣୁଙ୍କ ଦଶ ଅବତାର ମଧ୍ୟରୁ ବାମନ ହେଉଛନ୍ତି ଏଭଳି ଅବତାର ଯେ ନିଜ ବୁଦ୍ଧି ବିଚକ୍ଷଣତାଦ୍ୱାରା ସ୍ୱର୍ଗ, ମର୍ତ୍ତ୍ୟ, ପାତାଳ ତିନି ଭୁବନକୁ ନିଜ ପାଦତଳେ ରଖିବା ସହ ବଳୀ ପରି ଶାସକଙ୍କୁ ମଧ୍ୟ ପାତାଳକୁ ଚାପି ଦେଇଥିଲେ । ରାଜା ବଳୀ ନିଜର ଦାନ ଲାଗି ସ୍ବର୍ଗ, ମର୍ତ୍ତ୍ୟ, ପାତାଳରେ ପ୍ରସିଦ୍ଧ ଥିଲେ | ଏଥିଲାଗି ତାଙ୍କ ମନରେ ଅହଂକାର ବି ଥିଲା | ଭଗବାନ ବିଷ୍ଣୁ ବଳୀଙ୍କ ଅହଂକାର ଦମନ କରିବାକୁ ବାମନ ଅବତାର ଧାରଣ କରି ବଳୀଙ୍କ ଠାରୁ ଭିକ୍ଷା ଗ୍ରହଣ କରିଥିଲେ | ତିନୋଟି ପାଦରେ ସ୍ବର୍ଗ, ମର୍ତ୍ତ୍ୟ ଓ ପାତାଳ ତିନି ଭୁବନ ମାଗି ବଳୀଙ୍କୁ ପାତାଳକୁ ପ୍ରେରଣ କରିଥିଲେ ଓ ସ୍ବୟଂ ବଳୀଙ୍କ ଦ୍ବାର ଜଗିବାର ବର ମଧ୍ୟ ଦେଇଥିଲେ |
ସୂଚନାଯୋଗ୍ୟ ଓଡ଼ିଶାରେ ରାଜକୀୟ ନବବର୍ଷ ଆରମ୍ଭ ହୁଏ ଭାଦ୍ରବ ମାସ ଶୁକ୍ଳ ଦ୍ୱାଦଶୀ ତିଥିରେ ସୁନିଆଁଠାରୁ । ଓଡ଼ିଆ ପାଞ୍ଜିର ଆରମ୍ଭ ହୁଏ ବିଷୁବ ସଂକ୍ରାନ୍ତି ବା ପଣା ସଂକ୍ରାନ୍ତିରୁ ଏବଂ ଏହି ଦିନଟି ସାଧାରଣରେ ଓଡ଼ିଆ ନବବର୍ଷ ଭାବେ ଗୃହୀତ ହୋଇଛି। ମାତ୍ର ସୁନିଆଁ ହେଉଛି ଓଡ଼ିଆ ରାଜାଙ୍କର ରାଜତ୍ୱର ଅଙ୍କ ଗଣନା ବର୍ଷର ପ୍ରଥମ ଦିନ । ପୁଣି ରାଜାଙ୍କର ରାଜସ୍ୱ ଆଦାୟ ଓ ନୂଆ ଖାତା ଆରମ୍ଭ ହୁଏ ଏହି ସୁନିଆଁ ଦିନ। ସୁନିଆଁ ଦିନ ଗୋଟିଏ ସୁନା ମୋହର ଉପରେ ରାଜାଙ୍କ ରାଜତ୍ୱର ଅଙ୍କ ବା ବର୍ଷ ଚିହ୍ନିତ କରାଯାଏ। ଏହାକୁ ସାଧାରଣ ଭାଷାରେ କହନ୍ତି ଅଙ୍କକଟା। ଏହିଦିନଟି ରାଜକୀୟ ବର୍ଷ ଆରମ୍ଭର ପ୍ରଥମ ଦିନ ଏବଂ ସୁନା ଶବ୍ଦ ସହ ଜଡ଼ିତ ହୋଇଥିବାରୁ ସମ୍ଭବତଃ ସୁନିଆଁ ଭାବେ ପାଳିତ ହେଉଛି ।
ଫସଲ ଅମଳ ପରେ ରାଜକୋଷକୁ ସମୃଦ୍ଧ କରି ରାଜାମାନେ ତ୍ରିବିକ୍ରମ ବାମନଙ୍କ ପରାକ୍ରମକୁ ପାଥେୟ କରି ବାହାରୁଥିଲେ ଦେଶଜୟ କରିବାକୁ । ସୁନିଆଁଠାରୁ ସନ ଓ ସାଲ ଗଣନା ଆରମ୍ଭ