Hq720

ପ୍ରବଳ ବର୍ଷା ପାଇଁ ୬ ଜିଲ୍ଲାକୁ ୟେଲୋ ଆଲର୍ଟ

State

ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ସକ୍ରିୟ ଗଭୀର ଅବପାତ ପଶ୍ଚିମ ଓ ଉତ୍ତର- ପଶ୍ଚିମ ଦିଗ ଏବଂ  ଝାଡ଼ଖଣ୍ଡକୁ ଗତି କରିବ ।  ପରବର୍ତ୍ତୀ ୧୨ ଘଣ୍ଟା ମଧ୍ୟରେ ଏହା କ୍ରମଶଃ ଦୁର୍ବଳ ହୋଇ ଅବପାତରେ ପରିଣତ ହେବ ।  ଏହାର ପ୍ରଭାବରେ ରାଜ୍ୟରେ ବିଭିନ୍ନ ସ୍ଥାନରେ ଜାରି ରହିବ ବର୍ଷା । ୨୪ ଘଣ୍ଟାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ସୁନ୍ଦରଗଡ଼ ଓ କେନ୍ଦୁଝର ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି ।

ପ୍ରବଳ ବର୍ଷା ପାଇଁ ୬ ଜିଲ୍ଲା ମୟୂରଭଞ୍ଜ, ଦେବଗଡ଼, ସମ୍ବଲପୁର, ବରଗଡ଼, ଝାରସୁଗୁଡ଼ା ଏବଂ ଅନୁଗୋଳ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି ହୋଇଛି । ବର୍ଷା ପାଇଁ କିଛି ସ୍ଥାନରେ ଫ୍ଲାସଫ୍ଲଡ କିମ୍ବା ଜଳବନ୍ଦୀ ସମସ୍ୟା ଉପୁଜିବା ଆଶଙ୍କା ରହିଛି। ପାହାଡ଼ିଆ ଅଞ୍ଚଳରେ ଭୂସ୍ଖଳନ ହେବାର ମଧ୍ୟ ଆଶଙ୍କା ରହିଛି ।  ଏଥିପାଇଁ ସତର୍କତା ଅବଲମ୍ବନ କରିବାକୁ ପରାମର୍ଶ ଦେଇଛି ପାଣିପାଗ ବିଭାଗ ।