Photo For The News Of Abasarakalina Sabha

ଅବସର କାଳୀନ ସମ୍ବର୍ଦ୍ଧନା ସଭା

State

ଆଗରପଡ଼ା: ବନ୍ତ ବ୍ଳକ ଶିକ୍ଷାଧିକାରୀଙ୍କ ଅଧିନସ୍ଥ ତୋଫାବିବି କ୍ଲଷ୍ଟରର ପ୍ରାକ୍ତନ ଶିକ୍ଷକ ଦେବେନ୍ଦ୍ର ମଲ୍ଲିକଙ୍କ କ୍ଲଷ୍ଟର ସ୍ତରୀୟ ଅବସର କାଳୀନ ସମ୍ବର୍ଦ୍ଧନା ସଭା ତୋଫାବିବି ବିଦ୍ୟାଳୟରେ ଅନୁଷ୍ଟିତ ହୋଇଯାଇଛି । ଏକାଦଶୀ ମ.ଇ ବିଦ୍ୟାଳୟର ପ୍ରଧାନଶିକ୍ଷକ ଜଗନ୍ନାଥ ମଲ୍ଲିକଙ୍କ ସଭାପତିତ୍ୱରେ ଆୟୋଜିତ ସଭାରେ ଓଲଷ୍ଟାର ଯୁଗ୍ମ ସଂପାଦକ ପ୍ରଣୟ ସିଂହ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବା ବେଳେ ମୁଖ୍ୟ ବକ୍ତା ଭାବେ ଅଧ୍ୟାପକ ଫକିର ଚରଣ ଶଙ୍ଖୁଆ ଯୋଗ ଦେଇଥିଲେ । ସିଆରସିସି ନିରଜଂନ ଖିଲାର ଅତିଥି ପରିଚୟ ପ୍ରଦାନ କରିଥିବା ବେଳେ ଶିକ୍ଷକ ଧରଣୀଧର ନାୟକ ଧନ୍ୟବାଦ ଅର୍ପଣ କରିଥିଲେ । ଏହି ଅବସରରେ ଶ୍ରୀ ମଲ୍ଲିକଙ୍କୁ ଉପଢୌକନ ଓ ମାନପତ୍ର ପ୍ରଦାନ ପୂର୍ବକ ଅବସର କାଳୀନ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଥିଲା । ଏଥିରେ କ୍ଲଷ୍ଟର ସମସ୍ତ ବିଦ୍ୟାଳୟର ଶିକ୍ଷକ ଓ ଶିକ୍ଷୟିତ୍ରୀ ମାନେ ଉପସ୍ଥିତ ଥିଲେ ।