ବାରିପଦା: ମୟୂରଭଞ୍ଜ ଜିଲ୍ଲାରେ ପୁଣି ହାତୀ ଆକ୍ରମଣରେ ପୃଥକ ସ୍ଥାନରେ ୨ଜଣଙ୍କ ମୃତ୍ୟୁ ଘଟିଛି । ଦୀର୍ଘ ଦିନ ଧରି ଉପଦ୍ରବ ମଚାଉଥିବା ଝାଡଖଣ୍ଡୀ ହାତୀପଲ ସମସ୍ତଙ୍କ ନିଦ ହଜାଇଥିବା ବେଳେ ସୋମବାର ସନ୍ଧ୍ୟାରେ ପଶ୍ଚିମବଙ୍ଗ ପଟୁ ଏକ ଦନ୍ତାହାତୀ ହାତୀ ମୟୂରଭଞ୍ଜ ସୀମାକୁ ପ୍ରବେଶ କରି ଦେଉଳି, ରାସଗୋବିନ୍ଦପୁର ଓ ବେତନଟୀ ରେଞ୍ଜ ଅଞ୍ଚଳରେ ଉପଦ୍ରବ ରଚିଛି । ଘଟଣାରେ ଶୁଳିଆପଦା ଥାନା ଅଞ୍ଚଳରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୨ଜଣ ଗୁରୁତର ଆହାତ ହୋଇ ପିଆରଏମ ମେଡିକାଲ କଲେଜ ଓ ହସ୍ପିଟାଲରେ ବନବିଭାଗ ଦ୍ବାରା ଚିକିତ୍ସାଧୀନ ଅଛନ୍ତି । ମୃତକ ଜଣଙ୍କ ହେଲେ ପାକଟିଆ ସୋନପୁରିଆ ଗ୍ରାମର ରଘୁନାଥ ହେମ୍ବ୍ରମ । ଆହତ ଦ୍ବୟ ହେଲେ ପୋଖରିଆ ଗ୍ରାମର ଲୁସକି ସୋରେନ ଓ ତାଡକି ଗ୍ରାମର ସର୍ବେଶ୍ବର ସିଂ । ସେହିପରି ଆଜି ସକାଳ ୬ଟା ସମୟରେ ଏହି ଦନ୍ତା ମୋରଡା ଥାନା ଅଧୀନ ଘୋଳମୁହାଁ ପଞ୍ଚାୟତ ଉଲିଡ଼ିହି
ଗ୍ରାମର ଜଣେ ମହିଳାଙ୍କ ମଧ୍ୟ ହାତୀ ଆକ୍ରମଣରେ ମୃତ୍ୟୁ ଘଟିଛି ମୃତକ ଜଣଙ୍କ ହେଲେ ତୁରାମ ହେମ୍ବ୍ରମଙ୍କ ସ୍ତ୍ରୀ ସାକ୍ରା । ତାପରେ ବେତନଟୀ ରେଞ୍ଜରେ ପ୍ରବେଶ କରି ଆଣୁଆ ଗ୍ରାମର ସୁଗା ମହାନ୍ତଙ୍କୁ ଗୁରୁତର ଆହାତ କରିଛି । ଆହାତଙ୍କୁ ବନବିଭାଗ ପିଆଏମ ମେଡିକାଲ କଲେଜ ଓ ଡାକ୍ତରଖାନାକୁ ନିଆଯାଉଛି ।