Img 20241028 Wa0237

ଦୁର୍ନୀତି ହେଉଛି ବିକାଶ ପଥର ମୁଖ୍ୟ ବାଧକ: ମୁଖ୍ୟମନ୍ତ୍ରୀ

State
  • ଆଜିଠୁ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ: ଅଧିକାରୀ ଓ କର୍ମଚାରୀଙ୍କୁ ସାଧୁତାର ଶପଥ ପାଠ କରାଇଲେ ଜିଲ୍ଲାପାଳ

ବାରିପଦା: ଜିଲ୍ଲା ପ୍ରଶାସନର ଦୁର୍ନୀତି ନିବାରଣ ବିଭାଗ ପକ୍ଷରୁ ସ୍ଥାନୀୟ ଓଶ୍ଵାନ ସମ୍ମିଳନୀ କକ୍ଷଠାରେ ସୋମବାର ଦିନ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ବିଭୁତି ଭୂଷଣ ନାୟକଙ୍କ ଅଧ୍ୟକ୍ଷତାରେ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଳନ ହୋଇଯାଇଛି। ଏହି ସପ୍ତାହ ପାଳନ ଅବସରରେ ମୁଖ୍ୟ ଅତିଥିଭାବେ ଜିଲ୍ଲାପାଳ ଶ୍ରୀ ହେମକାନ୍ତ ସୟ, ଆରକ୍ଷୀ ଅଧିକ୍ଷକ ଶ୍ରୀ ବରୁଣ ଗୁଣ୍ଟୁପଲ୍ଲୀ ,ଖୁଣ୍ଟା ସ୍ଥିତ ବ୍ଲକ ସମ୍ମିଳନୀ କକ୍ଷରୁ ଆଭାସୀ ମାଧ୍ୟମରେ ଯୋଗଦେଇ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଭୁବନେଶ୍ୱର ଠାରୁ ସିଧାପ୍ରସାରଣ ହେଉଥିବା କାର୍ଯ୍ୟକ୍ରମରେ ଯୋଗ ଦେବା ସହିତ, ଜିଲ୍ଲାର ସମସ୍ତ ଅଧିକାରୀଙ୍କୁ ଆଭାସୀ ମାଧ୍ୟମରେ ଶପଥ ପାଠ କରାଇଥିଲେ ଏବଂ ଦୁର୍ନୀତିକୁ ଏକ ସାମାଜିକ ବ୍ୟାଧି ବୋଲି ବର୍ଣ୍ଣନା କରିଥିଲେ।

ସୂଚନା ଥାଉକି, ଚଳିତ ବର୍ଷ ଅକ୍ଟୋବର ୨୮ ତାରିଖ ଠାରୁ ନଭେମ୍ବର ୩ ତାରିଖ ପର୍ଯ୍ୟନ୍ତ ସମଗ୍ର ଦେଶରେ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଳନ କରାଯାଉଛି । ଏହି ଅବସରରେ ଆଜି ସକାଳ ୧୧ଟା ସମୟରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଭିଡ଼ିଓ କନଫେରେନ୍ସ ମାଧ୍ୟମରେ ରାଜ୍ୟବାସୀଙ୍କୁ ଦୁର୍ନୀତି ନିବାରଣ ଶପଥ ପାଠ କରାଇଥିଲେ । ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେଯେ, ଦୁର୍ନୀତି ହେଉଛି ବିକାଶ ପଥର ମୁଖ୍ୟ ବାଧକ । ତେଣୁ ସମ୍ମିଳିତ ଭାବେ ରାଜ୍ୟର ଉନ୍ନତି ପାଇଁ ଦୁର୍ନୀତିର ମୂଳୋତ୍ପାଟନ କରି ବିକାଶ ପ୍ରକ୍ରିୟାରେ ସାମିଲ ହେବାକୁ ମୁଖ୍ୟମନ୍ତ୍ରୀ ଆହ୍ୱାନ ଦେଇଥିଲେ ।

‘ସତ୍ୟନିଷ୍ଠ ସଂସ୍କୃତି ହିଁ ରାଷ୍ଟ୍ର ସମୃଦ୍ଧିର ଭିଭିଭୂମି ” ବା “Culture of Integrity for Nation’s Prosperity” ପ୍ରସଙ୍ଗ ଆଧାରରେ ରାଜ୍ୟ ସରକାରଙ୍କ ସମସ୍ତ ବିଭାଗୀୟ, ଉପବିଭାଗୀୟ, କାର୍ଯ୍ୟାଳୟ ମୁଖ୍ୟ, ସରକାରୀ ମୁଖ୍ୟ ଓ ମୁଖ୍ୟ କାର୍ଯ୍ୟାଳୟ, ଓ ଅନ୍ୟାନ୍ୟ ସଂସ୍ଥାମାନଙ୍କରେ କାର୍ଯ୍ୟାରତ ସମସ୍ତ ଅଧିକାରୀଙ୍କୁ ଓ ଗଣମାଧ୍ୟମର ପ୍ରତିନିଧି ମାନଙ୍କୁ ଜିଲ୍ଲାପାଳ ସାଧୁତାର ଶପଥ ପାଠ କରାଇଥିଲେ। ଦୁର୍ନୀତି ନିବାରଣ ନିର୍ଯ୍ୟାସ ଆଧାରରେ ଜିଲ୍ଲାର ବିଭିନ୍ନ ବିଦ୍ୟାଳୟ ଏବଂ ମହାବିଦ୍ୟାଳୟର ଛାତ୍ରଛାତ୍ରୀଙ୍କ ମଧ୍ୟରେ ତର୍କ, କାର୍ଟୁନ,ଏବଂ ପୋଷ୍ଟର ପ୍ରତିଯୋଗିତା ଆୟୋଜିତ ହୋଇଛି । ପ୍ରତିଯୋଗିତାରେ ସମସ୍ତ ଜିଲ୍ଲାରୁ ଜିତିଥିବା ଛାତ୍ରଛାତ୍ରୀଙ୍କୁ ଜିଲ୍ଲାସ୍ତରୀୟ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ – ୨୦୨୪ କାର୍ଯ୍ୟକ୍ରମରେ ପୁରସ୍କୃତ କରାଯିବ।

ଆଜିଠାରୁ ଆରମ୍ଭ ହୋଇଥିବା ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଳନରେ ଜିଲ୍ଲା ମୁଖ୍ୟ କାର୍ଯ୍ୟାଳୟରେ ଛାତ୍ର ସମାଜ, ଯୁବ ଗୋଷ୍ଠୀ, ଅବସରପ୍ରାପ୍ତ ସରକାରୀ କର୍ମଚାରୀ, ସ୍ବୟଂ ସହାୟକ ଗୋଷ୍ଠୀ, ସାମାଜିକ ଅନୁଷ୍ଠାନ ଏବଂ ସାଧାରଣ ଜନତା, ବ୍ୟକ୍ତିଗତ ସଂସ୍ଥା ଦୁର୍ନୀତି ବିରୁଦ୍ଧରେ ସର୍ବସାଧାରଣରେ ସ୍ଵର ଉତ୍ତୋଳନ ପାଇଁ ଦୁର୍ନୀତି ନିବାରଣ ସଂସ୍ଥା ଓ ସଂଗଠନଙ୍କୁ ଦୁର୍ନୀତି ନିବାରଣ ଅଭିଯାନରେ ସାହାଯ୍ୟ ଓ ସହଯୋଗ କରିବେ ।

ଆଜିର ଏହି କାର୍ଯ୍ୟକ୍ରମରେ, ବାରିପଦା ଠାରେ ଜିଲ୍ଲାପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ, ଶ୍ରୀ ରଜନୀକାନ୍ତ ସ୍ୱାଇଁ, , ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡଃ ଅଭୟ କୁମାର ଦାଶ, ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ନେତ୍ରାନନ୍ଦ ମଲ୍ଲିକ, ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଦୌଲତ ଚନ୍ଦ୍ରକାର, ବାରିପଦା ଉପଜିଲ୍ଲାପାଳ ଶ୍ରୀଯୁକ୍ତ ଈଶ୍ବର ଚନ୍ଦ୍ର ନାୟକ, ଅତିରିକ୍ତ ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ, ଶ୍ରୀ ଶାନ୍ତନୁ କୁମାର ନାୟକ, ଆଞ୍ଚଳିକ ପରିବହନ ଅଧିକାରୀ ଶ୍ରୀ ବିସ୍ବରାଜ ବେହେରା ଓ ବାରିପଦା ଭିଜିଲାନ୍ସ ୟୁନିଟର ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ହରେକୃଷ୍ଣ ମାଝୀ, ଇନ୍ସପେକ୍ଟର ବିକାଶ ସ୍ୱାଇଁ, ଲଳିତ ରାଉତ , ବ୍ରଜ ପଟ୍ଟନାୟକ, ପ୍ରଶାନ୍ତ ଦଣ୍ଡପାଟ, ଜୟନ୍ତ ପୃଷ୍ଟିଙ୍କ ସମେତ ଆଭାସୀ ମାନ୍ୟମରେ ସମସ୍ତ ଉପଜିଲ୍ଲାପାଳ, ଜିଲ୍ଲା ସ୍ତରୀୟ ଅଧିକାରୀ ଓ ଗୋଷ୍ଠୀ ଉନ୍ନୟନ ଅଧିକାରୀ ମାନେ ଉପସ୍ଥିତ ଥିଲେ।