Rail

୨୦୨୭ ଡିସେମ୍ବର ସୁଦ୍ଧା ସରିବ ଭୁବନେଶ୍ୱର ମେଟ୍ରୋ ପ୍ରକଳ୍ପ କାମ

State

ଭୁବନେଶ୍ୱର : ୨୦୨୭ ଡିସେମ୍ବର ସୁଦ୍ଧା ସରିବ ଭୁବନେଶ୍ୱର ମେଟ୍ରୋ ପ୍ରକଳ୍ପ କାମ ।  କହିଛନ୍ତି ମେଟ୍ରୋ ରେଳ ପ୍ରକଳ୍ପ କର୍ତ୍ତୃପକ୍ଷ ।  ଭୂମିଠାରୁ ୧୩ ମିଟର ଉପରେ ଚାଲିବ ମେଟ୍ରୋ ଟ୍ରେନ୍‌ । ତେବେ ରାଜମହଲ, ଜୟଦେବ ବିହାର ଓଭରବ୍ରିଜ ତଥା ବାରଙ୍ଗ ରେଲୱେ ଲାଇନ୍‌ ଉପରେ ଏହାର ଉଚ୍ଚତା ଅଧିକ ରହିବ । ପ୍ରତି ୧୦ ମିନିଟ ବ୍ୟବଧାନରେ ଚାଲିବ ମେଟ୍ରୋ ।

ସେଥିପାଇଁ ୩ କୋଚ୍‌ ବିଶିଷ୍ଟ ୧୩ଟି ମେଟ୍ରୋ ଟ୍ରେନ୍‌ କିଣିବାକୁ ଯୋଜନା ହୋଇଛି ବୋଲି ପ୍ରକଳ୍ପ କର୍ତ୍ତୃପକ୍ଷ କହିଛନ୍ତି । ୩ କୋଚ୍‌ ବିଶିଷ୍ଟ ୧୩ଟି ମେଟ୍ରୋ ଟ୍ରେନ୍‌ କିଣିବାକୁ ଯୋଜନା ରହିଛି । ଏବେ ମେଟ୍ରୋ ପ୍ରକଳ୍ପ ପାଇଁ ଚାଲିଛି ମାଟି ପରୀକ୍ଷା । ୫୦/୬୦ ଫୁଟ ତଳୁ ମାଟି ନେଇ ଲ୍ୟାବ୍‌ରେ ପରୀକ୍ଷା ହେଉଛି । ମାଟି ପରୀକ୍ଷା ସରିବା ପରେ ଫାଉଣ୍ଡେସନ କାମ ଆରମ୍ଭ ହେବ ।