ବାରିପଦା : ଆଜି ମୟୂରଭଞ୍ଜ ଜିଲ୍ଲାର ବାମନଘାଟୀ ଉପଖଣ୍ଡ ସଦର ମହକୁମା ରାଇରଙ୍ଗପୁର ଠାରେ ଉପଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷ ରେ ଏକ ଯୁଗ୍ମ ଜନ ଶୁଣାଣି ଅଭିଯୋଗ ଶିବିର ଅନୁଷ୍ଠିତ ହୋଇ ଯାଇଛି |
ଜିଲ୍ଲାପାଳ ଶ୍ରୀ ହେମ କାନ୍ତ ସଏ, |ଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଠିତ ଉକ୍ତ ଶିବିର ରେ ବାମନଘାଟି ଉପ ଜିଲ୍ଲାପାଳ ଶ୍ରୀ ସୌମ୍ୟରଞ୍ଜନ ପ୍ରଧାନ |,ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଶ୍ରୀ ବରୁଣ ଗୁଣ୍ଟୁପାଲି, ରାଇରଙ୍ଗପୁର ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଦୌଲତ ଚନ୍ଦ୍ରକାର, |, ରାଇରଙ୍ଗପୁର ପୌରପାଳିକା ର କାର୍ଯ୍ୟନିର୍ବାହୀ ଅଧିକାରିଣୀ ସୁଶ୍ରୀ ଆଶନି ଏ ଏଲ,
ରାଇରଙ୍ଗପୁର ଚିକିତ୍ସାଳୟ ର ଅଧିକ୍ଷକ ଡାକ୍ତର ରବୀନ୍ଦ୍ର କୁମାର ମାରାଣ୍ଡି ଓ ଉପଖଣ୍ଡ ଆରକ୍ଷୀ ଅଧିକାରୀ ଶ୍ରୀ ଗୋକୁଳା ନନ୍ଦ ସାହୁ ପ୍ରମୁଖ ଯୋଗ ଦେଇଥିଲେ |
ପ୍ରାରମ୍ଭ ରେ ଜିଲ୍ଲାପାଳ ଉପସ୍ଥିତ ସମସ୍ତ ଅଧିକାରୀ ମାନଙ୍କୁ ସ୍ୱାଗତ କରିବା ସହ ଜନସାଧାରଣ ଙ୍କ ଠାରୁ ଆସୁଥିବା ଆପତ୍ତି ଅଭିଯୋଗ ଗୁଡିକର ସମାଧାନ ତ୍ୱରିତ ପ୍ରକ୍ରିୟା ରେ ସମ୍ପନ୍ନ କରିବା ପାଇଁ ପରାମର୍ଶ ଦେଇଥିଲେ |
ଆଜିର ଏହି ଶିବିର ରେ ଜନସାଧାରଣ ଙ୍କ ଠାରୁ ମୋଟ ୮୨ ଟି ଅଭିଯୋଗ ପତ୍ର ଗ୍ରହଣ ହୋଇଥିବା ବେଳେ ୬୭ଟି ବ୍ୟକ୍ତିଗତ ସମସ୍ୟା ଭିତ୍ତିକ ଏବଂ ୧୫ଟି ଗ୍ରାମବାସୀ ଙ୍କ ବିଭିନ୍ନ ସମସ୍ୟା ଭିତ୍ତିକ ସାମୁହିକ ଅଭିଯୋଗ ଥିଲା |
ଏଥି ମଧ୍ୟରୁ ଆପତ୍ତି ଅଭିଯୋଗ ର ଗୁରୁତ୍ୱକୁ ବିଚାର କରି ଜିଲ୍ଲାପାଳ ୩ ଜଣଙ୍କୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ଟ | ୫୦୦୦/- ଙ୍କା ଲେଖାଏଁ ମୋଟ ୧୫,୦୦୦ ଟଙ୍କା ମଂଜୁର କରିଥିଲେ।
ଏହା ଛଡା ମୋଟ ୫ ଗୋଟି ଅଭିଯୋଗ ର ତତ୍କାଳ ସମାଧାନ କରାଯାଇଥିଲା |
ଅନ୍ୟାନ୍ୟ ଆପତ୍ତି ଅଭିଯୋଗ ଗୁଡିକର ବିଷୟ ପ୍ରସଙ୍ଗ ଉପରେ ସବିଶେଷ ତଦନ୍ତ କରି ଅନୁଧ୍ୟାନ ପୂର୍ବକ ବିହିତ କାର୍ଯ୍ୟାନୁଷ୍ଠାନ ନେବା ସହ ତ୍ୱରିତ ପ୍ରକ୍ରିୟା ରେ ସମାଧାନ କରିବା ପାଇଁ ସମ୍ପୃକ୍ତ ବିଭାଗୀୟ ଅଧିକାରୀ ମାନଙ୍କୁ ଜିଲ୍ଲାପାଳ ନିର୍ଦେଶ ଦେଇଥିଲେ |
ଅନୁଷ୍ଠିତ ଉକ୍ତ ଶିବିର ରେ ବାମନଘାଟି ଉପଖଣ୍ଡ ଅଧିନସ୍ଥ ସମସ୍ତ ଉପଖଣ୍ଡ ସ୍ତରୀୟ ବିଭାଗୀୟ ଅଧିକାରୀ, ରାଇରଙ୍ଗପୁର ପୌରପାଳିକା ର କାର୍ଯ୍ୟନିର୍ବାହୀ ଅଧିକାରୀ,ଗୋଷ୍ଠୀ ଉନ୍ନୟନ ଅଧିକାରୀ, ତହସିଲଦାର,ଗୋଷ୍ଠୀ ଶିକ୍ଷା ଅଧିକାରୀ, ବିଭିନ୍ନ ଲାଇନ ବିଭାଗ ର ଅଧିକାରୀ ଓ ଉପଖଣ୍ଡ ସୂଚନା ଓ ଲୋକସମ୍ପର୍କ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିବା ବେଳେ ଉପଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ର କର୍ମଚାରୀ ମାନଙ୍କ ଦ୍ୱାରା ଶିବିର କାର୍ଯ୍ୟକ୍ରମ ପରିଚାଳନା କରାଯାଇଥିଲା |