Onn 3

କଟକ ଏସସିବି ମେଡ଼ିକାଲରେ ହେବ ହାର୍ଟ ଟ୍ରାନ୍ସପ୍ଲାଣ୍ଟ

State

କଟକ : କଟକ ଏସସିବି ମେଡ଼ିକାଲରେ ହେବ ହାର୍ଟ ଟ୍ରାନ୍ସପ୍ଲାଣ୍ଟ । ଏସସିବି ମେଡ଼ିକାଲରେ ୩ ମାସ ମଧ୍ୟରେ ହେବ ହାର୍ଟ ଟ୍ରାନ୍ସପ୍ଲାଣ୍ଟ । ଚେନ୍ନାଇର ଏମଜିଏମ ହସ୍ପିଟାଲ ସହାୟତାରେ ଏସସିବି ମେଡ଼ିକାଲରେ ହାର୍ଟ ଟ୍ରାନ୍ସପ୍ଲାଣ୍ଟ ଆରମ୍ଭ ହେବ । ଏ ନେଇ ଆଜି ଏସସିବି ମେଡିକାଲର ଭିତ୍ତିଭୂମି ଅନୁଧ୍ୟାନ କରିବା ସହ ସିଟିଭିଏସ୍ ଓପିଡି ଶୁଭାରମ୍ଭ କରିଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ । ଏହି କେନ୍ଦ୍ରରେ ରୋଗୀଙ୍କ ସ୍କ୍ରିନିଂ ସହ ହାର୍ଟ ଟ୍ରାନ୍ସପ୍ଲାଣ୍ଟ ରୋଗୀଙ୍କୁ ଚିହ୍ନଟ କରାଯିବ । ଆସନ୍ତା ୩ ମାସ ମଧ୍ୟରେ ସମସ୍ତ ପ୍ରକ୍ରିୟା ଶେଷ ହେବା ପରେ ହାର୍ଟ ଟ୍ରାନ୍ସପ୍ଲାଣ୍ଟ ଆରମ୍ଭ ହେବ । ଏସସିବି ମେଡ଼ିକାଲର ଡାକ୍ତରଙ୍କ ସହ ଏମଜିଏମ ଟିମ ଡାକ୍ତରମାନେ ସମସ୍ତ ପ୍ରକ୍ରିୟାର ତଦାରଖ କରିଛନ୍ତି । ପୂର୍ବରୁ ଏସସିବି ମେଡିକାଲରେ ଲିଭର, କିଡନୀ ଏବଂ ବୋନମ୍ୟାରୋ ଟ୍ରାନ୍ସପ୍ଲାଣ୍ଟ ସଫଳତାର ସହ କରାଯାଇଛି ।