Sonu

ଶ୍ରୀମନ୍ଦିର ଯାଇ ଚତୁର୍ଦ୍ଧାମୂର୍ତ୍ତିଙ୍କୁ ଦର୍ଶନ କଲେ କଣ୍ଠଶିଳ୍ପୀ ସୋନୁ ନିଗମ

State

ପୁରୀ: ବଲିଉଡର ପ୍ରସିଦ୍ଧ କଣ୍ଠଶିଳ୍ପୀ ସୋନୁ ନିଗମ ଆଜି ଶ୍ରୀମନ୍ଦିର ଆସି ଚତୁର୍ଦ୍ଧାମୂର୍ତ୍ତିଙ୍କୁ ଦର୍ଶନ କରିଛନ୍ତି । ଦୀର୍ଘ ଦିନ ପରେ ମହାପ୍ରଭୁଙ୍କ ଦର୍ଶନ ପାଇ ସେ ବେଶ ଭାବ ବିହ୍ୱଳ ହୋଇ ପଡ଼ିଥିଲେ । ମହାପ୍ରଭୁଙ୍କ ଦର୍ଶନ ପାଇ ସେ ନିଜକୁ ଭାଗ୍ୟବାନ ମନେ କରିଥିବା କହିଛନ୍ତି ।

ପ୍ରଥମେ ଶ୍ରୀମନ୍ଦିର ସିଂହଦ୍ଵାରରେ ସେବାୟତ ମାନେ ତାଙ୍କୁ ଖଣ୍ଡୁଆ ଦେଇ ସ୍ବାଗତ କରିବା ସହ ମହାପ୍ରଭୁଙ୍କ ଦର୍ଶନ କରାଇଥିଲେ । ପରେ ଶ୍ରୀମନ୍ଦିର ଭିତର ବେଢାରେ ଥିବା ପାର୍ଶ୍ଵ ଦେବାଦେବୀଙ୍କ ମନ୍ଦିର ମଧ୍ୟ‌ ସୋନୁ ନିଗମ ବୁଲି ଦର୍ଶନ କରିଥିଲେ ।

ଗତକାଲି କଟକ ବାଲିଯାତ୍ରା ପଡ଼ିଆରେ ଅନୁଷ୍ଠିତ ହୋଇଥିବା ସାଂସ୍କୃତିକ କାର୍ଯ୍ୟକ୍ରମ ରେ ଯୋଗଦେବା ପାଇଁ କଟକ ଆସିଥିଲେ ସୋନୁ ନିଗମ ।