R8cckoumrwkezarso7rc

ଆଜିଠୁ ୨ ତାରିଖ ପର୍ଯ୍ୟନ୍ତ ରତ୍ନଭଣ୍ଡାର ମରାମତି କାମ ସ୍ଥଗିତ, ପୁଣି ୩ରୁ ଆରମ୍ଭ

State

ପୁରୀ : ଆଜିଠୁ ୨ ତାରିଖ ପର୍ଯ୍ୟନ୍ତ ସ୍ଥଗିତ ରହିବ ରତ୍ନଭଣ୍ଡାର ମରାମତି କାମ ।  ଇଂରାଜୀ ନୂଆବର୍ଷ ଓ ଛୁଟି ଯୋଗୁ ଶ୍ରଦ୍ଧାଳୁଙ୍କ ଭିଡ଼ ସହିତ ଶୃଙ୍ଖଳିତ ନୀତିକାନ୍ତି ଓ ଦର୍ଶନକୁ ଦୃଷ୍ଟିରେ ରଖି ଏହି ନିଷ୍ପତ୍ତି ନେଇଛି ଶ୍ରୀମନ୍ଦିର ପ୍ରଶାସନ।

ଜାନୁଆରୀ ୩ ତାରିଖରୁ ପୁଣି ରତ୍ନଭଣ୍ଡାର ମରାମତି କାର୍ଯ୍ୟ ଯଥା ରିତିରେ ଚାଲିବ ।  ରାଜ୍ୟ ସରକାରଙ୍କ ଅନୁମୋଦିତ ମାର୍ଗଦର୍ଶିକା ଓ ଶ୍ରୀମନ୍ଦିର ପ୍ରଶାସନ ବ୍ୟବସ୍ଥା ଅନୁସାରେ ୩ ତାରିଖରୁ ପୁଣି ମରାମତି କାର୍ଯ୍ୟ ଆରମ୍ଭ ହେବ ବୋଲି ସୂଚନା ମିଳିଛି । ସେପଟେ ଆଜି ବଡ଼ ଦିନ ପାଇଁ ଶ୍ରୀକ୍ଷେତ୍ରରେ ଭକ୍ତଙ୍କ ଭିଡ଼ ଜମିଛି । ମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ସହ ସମୁଦ୍ର କୂଳରେ ବୁଲିବାର ମଜା ନେଉଛନ୍ତି ଶ୍ରଦ୍ଧାଳୁ ଓ ପର୍ଯ୍ୟଟକ ।

ସୂଚନାଯୋଗ୍ୟ, ଡିସେମ୍ବର ୧୭ ତାରିଖରୁ ଶ୍ରୀମନ୍ଦିର ରତ୍ନଭଣ୍ଡାର ମରାମତି କାମ ଆରମ୍ଭ ହୋଇଥିଲା ।  ଏଥିପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଥିଲା ।  ୩ ମାସ ମଧ୍ୟରେ ରତ୍ନଭଣ୍ଡାର ମରାମତି କାମ ଶେଷ କରିବାକୁ ଏଏସଅଇ ଲକ୍ଷ୍ୟ ରଖିଛି ।  ତେବେ ଏହା ପୂର୍ବରୁ କାମ ସାରିବାକୁ ଚେଷ୍ଟା କରାଯିବ ।  ମରାମତି କାମ ସରିବା ପରେ ଅଳଙ୍କାର ସବୁ ରତ୍ନଭଣାରକୁ ସ୍ଥାନାନ୍ତର କରାଯିବ ।  ଏହାପରେ ରତ୍ନ ଅଳଙ୍କାରର ଗଣତି ମଣତି କରାଯିବ ବୋଲି କହିଥିଲେ ଆଇନ ବିଭାଗ ମନ୍ତ୍ରୀ ପୃଥ୍ଵୀରାଜ ହରିଚନ୍ଦନ ।