3 Accuse In Rasulgarh Murder Case

ରସୁଲଗଡ଼ ହତ୍ୟାକାଣ୍ଡ ମାମଲା, ୩ ଜଣଙ୍କୁ ଗିରଫ କଲା ପୋଲିସ

State

ଭୁବନେଶ୍ୱର: ଭୁବନେଶ୍ବରର ରସୁଲଗଡ଼ ଓଭରବ୍ରିଜ୍‌ ଉପରେ ଆଜି ସକାଳୁ ଘଟିଥିବା ହତ୍ୟାକାଣ୍ଡରେ ୩ ଅଭିଯୁକ୍ତଙ୍କୁ ଗିରଫ କରିଛି ପୋଲିସ । ଗିରଫ ଅବଭିଯୁକ୍ତଙ୍କ ମଧ୍ୟରେ ଜଣେ ମହିଳା ରହିଛନ୍ତି । ଏମାନଙ୍କୁ ନୟାଗଡ଼ ଜିଲ୍ଲା ଶରଣକୂଳରୁ ଆଜି ସନ୍ଧ୍ୟାରେ ଗରିଫ କରିବାରେ ସଫଳ ହୋଇଛି କମିଶନରେଟ୍ ପୋଲିସ ।

ଗିରଫ ଅଭିଯୁକ୍ତମାନେ କେଦାରପଲ୍ଲୀ ବସ୍ତି ବାସ୍ତିନ୍ଦା ବୋଲି ଜଣାପଡିଛି । ଏମାନେ ପୂର୍ବରୁ ଜେଲ୍‌ ଯାଇଥିଲେ । ବ୍ରାଉନ୍‌ସୁଗାର ବ୍ୟବସାୟ ଏବଂ ପୂର୍ବ ଶତୃତାକୁ ନେଇ ଏହି ଘଟଣା ଘଟିଥିବା ଅନୁମାନ କରାଯାଉଛି । ଯେଉଁ କାରଣରୁ ଏହି ହତ୍ୟା କାଣ୍ଡ ଯୋଜନାବଦ୍ଧ ଥିଲା ବୋଲି ଜଣାପଡ଼ିଛି ।

ସୂଚନା ଅନୁସାରେ, ଗିରଫ ହୋଇଥିବା ମହିଳା ଜଣକ ଲିପିକା । ସେ ସହଦେବଙ୍କୁ ହତ୍ୟା କରିବାକୁ ସୁପାରି ଦେଇଥିଲେ । ସହଦେବ ସଫେଇ କର୍ମଚାରୀ ସଂଘ ସଭାପତି ଥିଲେ । ସେ ମଧ୍ୟ କେଦାରପଲ୍ଲୀ ବସ୍ତି ଅଞ୍ଚଳରେ ରହୁଥିଲେ । ଏହା ସହ ସେ ପୋଲିସ ମିତ୍ର ଭାବେ ମଧ୍ୟ କାର୍ଯ୍ୟ କରୁଥିବା କୁହାଯାଉଛି ।

ସଚନାଯୋଗ୍ୟ, କେଦାରପଲ୍ଲୀରେ ରହୁଥିବା ସହଦେବ ନାୟକ ଅନ୍ୟ ଦିନ ଭଳି ଆଜି ସକାଳୁ ଝିଅକୁ ସ୍କୁଲକୁ ଛାଡ଼ିବାକୁ ଯାଇଥିଲେ । ଝିଅକୁ ସ୍କୁଲରେ ଛାଡ଼ି ଘରକୁ ଫେରିବା ବାଟରେ ଦୁର୍ବୃତ୍ତଙ୍କ ହାବୁଡ଼ରେ ପଡ଼ିଥିଲେ । ରସୁଲଗଡ଼ ଓଭରବ୍ରିଜ୍‌ ରେ ଦୁର୍ବୃତ୍ତମାନେ ଅତର୍କିତ ଆକ୍ରମଣ କରିଥିଲେ । ଜୀବନ ବଞ୍ଚାଇବା ପାଇଁ ସହଦେବ ଆକୁଳ ନିବେଦନ କରୁଥିବା ବେଳେ ଦୁର୍ବୃତ୍ତମାନେ ତାଙ୍କୁ ବାରମ୍ବାର ଖଣ୍ଡାରେ ହାଣି ଚାଲିଥିଲେ । ଅଳ୍ପ ସମୟ ମଧ୍ୟରେ ସହଦେବଙ୍କ ଶରୀରରୁ ମୁଣ୍ଡକୁ ଅଲଗା କରିଦେଇଥିଲେ । ରସୁଲଗଡ଼ରୁ ବାଣୀବିହାର ବିହାର ରାସ୍ତାରେ ଯୁବକଙ୍କ ମୁଣ୍ଡ ରାସ୍ତାରେ ପଡ଼ିଥିଲା । ଯାହାକୁ ଦେଖି ରାସ୍ତାରେ ଯାଉଥିବା ଲୋକ ଦେଖି ଭୟଭୀତ ହୋଇଯାଉଥିଲେ ।