2 183 1737373357827

ଏସସିବିରେ ଡାକ୍ତରଙ୍କୁ ଦୁର୍ବ୍ୟବହାର ଅଭିଯୋଗ, ୨ଜଣ ଅଟକ

State

କଟକ : କଟକ ଏସସିବିରେ ଡାକ୍ତରଙ୍କୁ ଦୁର୍ବ୍ୟବହାର ଅଭିଯୋଗ ।  କାଜୁଆଲଟି ମେଡିକାଲ ଅଫିସରଙ୍କୁ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି ।  ଆସିଷ୍ଟାଣ୍ଟ ପ୍ରଫେସରଙ୍କୁ ରୋଗୀ ଓ ତାଙ୍କ ସମ୍ପର୍କୀୟ ଦୁର୍ବ୍ୟବହାର କରିଥିବା ଅଭିଯୋଗ ହୋଇଛି ।  ଏନେଇ ଏସସିବି ଫାଣ୍ଡିରେ ଅଭିଯୋଗ ପରେ ୨ଜଣଙ୍କୁ ଅଟକ ରଖାଯାଇଛି ।

ସୂଚନା ଅନୁଯାୟୀ, ଗତକାଲି ବିଳମ୍ବିତ ରାତିରେ ନିଶାସକ୍ତ ଅବସ୍ଥାରେ ତିନି ଜଣ ଏସସିବି କାଜୁଆଲିଟ ଆସିଥିଲେ ।  କୁକୁର କାମୁଡ଼ାରେ ଆହତ ହୋଇ ଚିକିତ୍ସା ପାଇଁ ଆସିଥିଲେ।  ସେମାନଙ୍କର ଚିକିତ୍ସା ମଧ୍ୟ କରାଯାଇଥିଲା, କିନ୍ତୁ ସେମାନେ କାର୍ଯ୍ୟରତ ଡାକ୍ତରଙ୍କୁ ଗାଳି ଗୁଲଜ କରିବା ସହ ଦୁର୍ବ୍ୟବହାର କରିଥିବା ଅଭିଯୋଗ ହୋଇଛି।

ଘଟଣାକୁ ନେଇ ଅସନ୍ତୋଷ ପ୍ରକାଶ ପାଇଥିଲା। ଦୋଷୀଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠା ପାଇଁ ଚେତାବନୀ ଦେଇଛନ୍ତି । ଯଦି ଆଗାମୀ ଦିନରେ କଠୋର କାର୍ଯ୍ୟାନୁଷ୍ଠ ନହୁଏ, ତେବେ ଡାକ୍ତରମାନେ ଆନ୍ଦୋଳନର ଧମକ ଦେଇଛନ୍ତି ।