Kc

୨୪ରେ ଶୁଲିଆପଦା ଠାରେ ଅନୁଷ୍ଠିତ ହେବ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ରଙ୍କ ଜନ ଅଭିଯୋଗ ଶୁଣାଣି ଶିବିର

State

ବାରିପଦା: : ଓଡ଼ିଶା ସରକାରଙ୍କ ଗୃହ, ନଗର ଉନ୍ନୟନ ବିଭାଗ ପକ୍ଷରୁ ମାନ୍ୟବର ମନ୍ତ୍ରୀ ଗୃହ, ନଗର ଉନ୍ନୟନ ତଥା ସାଧାରଣ ଉଦ୍ୟୋଗ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଆସନ୍ତା ୨୪ ତାରିଖ ଦିନ ଜନସାଧାରଣଙ୍କ ନିମନ୍ତେ ଏକ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହେବ ବୋଲି ସୂଚନା ପ୍ରାପ୍ତ ହୋଇଅଛି। ଏହି ପରିପ୍ରେକ୍ଷୀରେ ମାନ୍ୟବର ମନ୍ତ୍ରୀ ଶୁଲିଆପଦା ବ୍ଲକ ସ୍ଥିତ ସମ୍ମିଳନୀ କକ୍ଷରେ ସେହିଦିନ ସକାଳ ୧୧ଟା ସମୟରେ ଜନସାଧାରଣ ମାନଙ୍କ ଅଭିଯୋଗ ଶୁଣିବେ।

ଅନୁଷ୍ଠିତ ହେବାକୁ ଥିବା ଜନ ଅଭିଯୋଗ ଶୁଣାଣି ଶିବିରରେ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀ ଓ ଲାଇନ ବିଭାଗ ଅଧିକାରୀ, ଗୋଷ୍ଠୀ ଉନ୍ନୟନ ଅଧିକାରୀ ଓ ତହସିଲଦାର ମାନଙ୍କ ଉପସ୍ଥିତିରେ ସାଧାରଣ ଜନତାଙ୍କ ଆପତ୍ତି ଅଭିଯୋଗ ପତ୍ର ଗୁଡିକର ଶୁଣାଣି କରି ସମାଧାନ ନିମନ୍ତେ ଆବଶ୍ୟକୀୟ ପଦକ୍ଷେପ ନିଆଯିବ। ଉକ୍ତ ଧାର୍ଯ୍ୟ ତାରିଖ ଓ ସ୍ଥାନରେ ଅନୁଷ୍ଠିତ ହେବାକୁ ଥିବା ଜନ ଅଭିଯୋଗ ଶୁଣାଣି ଶିବିର କାର୍ଯ୍ୟକ୍ରମରେ ସମ୍ପୃକ୍ତ ଅଂଚଳର ଜନସାଧାରଣ ନିଜର ବ୍ୟକ୍ତିଗତ ଓ ସାମୁହିକ ସମସ୍ୟା ସମ୍ପର୍କିତ ଅଭିଯୋଗ ଉପସ୍ଥିତ ରହି ଜଣାଇ ପାରିବେ ବୋଲି ଜିଲ୍ଲା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।