Parliament Of India 700x430

ଉଭୟ ଗୃହରେ ଦିବଂଗତ ସଦସ୍ୟଙ୍କୁ ଶ୍ରଦ୍ଧାଞ୍ଜଳି, ଦିନକ ପାଇଁ ଗୃହ ମୁଲତବୀ

State

ସଂସଦର ମିଳିତ ଅଧିବେଶନକୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧିତ କରିବା ପରେ ରାଷ୍ଟ୍ରପତିଙ୍କ ଅଭିଭାଷଣ ଲୋକସଭା ଓ ରାଜ୍ୟସଭାରେ ଉପସ୍ଥାପିତ ହୋଇଥିଲା। ପରେ ଲୋକସଭାରେ ବାଚସ୍ପତି ଓମ୍ ବିର୍ଲା ଦେଶର ବିକାଶ ପାଇଁ ଡଃ ମନମୋହନ ସିଂହଙ୍କ ଅବଦାନ ଉପରେ ଆଲୋକପାତ କରିଥିଲେ। ବାଚସ୍ପତି କହିଥିଲେ ଯେ ଡଃ ସିଂହଙ୍କ ବିୟୋଗ ଦେଶରେ ଏକ ଶୂନ୍ୟସ୍ଥାନ ସୃଷ୍ଟି କରିଛି ଯାହାପୂରଣ କରିବା କଷ୍ଟକର। ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ପରିବାରକୁ ସାଂସଦଙ୍କ ଭାବନା ଜଣାଇବା ପାଇଁ ଗୃହରେ ଏକ ସଂକଳ୍ପ ମଧ୍ୟ ଗୃହୀତ ହୋଇଥିଲା। ଶ୍ରୀ ବିର୍ଲା ଅନ୍ୟ ୫ ଜଣ ସଦସ୍ୟଙ୍କ ଅବଦାନକୁ ସ୍ମରଣ କରିଥିଲେ। ଏହା ପରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ୨୦୨୪-୨୫ ଆର୍ଥିକ ସର୍ଭେ ଗୃହରେ ଉପସ୍ଥାପନ କରିବା ପରେ ଗୃହକୁ ଦିନକ ପାଇଁ ମୁଲତବୀ ରଖାଯାଇଥିଲା।

ସେହିଭଳି, ରାଜ୍ୟସଭାରେ ପୂର୍ବତନ ପ୍ରଧାନମନ୍ତ୍ରୀ ଡଃ ମନମୋହନ ସିଂହ ଏବଂ ହରିୟାଣାର ପୂର୍ବତନ ମୁଖ୍ୟମନ୍ତ୍ରୀ ଓମ୍ ପ୍ରକାଶ ଚୌତାଲା ଏବଂ ଅନ୍ୟ ତିନି ଜଣ ପୂର୍ବତନ ସଦସ୍ୟଙ୍କୁ ମଧ୍ୟ ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଥିଲା। ଅର୍ଥନୈତିକ ସର୍ବେକ୍ଷଣ ଉପସ୍ଥାପିତ ହେବା ପରେ ରାଜ୍ୟସଭାକୁ ଦିନକ ପାଇଁ ମୁଲତବୀ ରଖାଯାଇଥିଲା।