Utt

ବିଗିଡିଲା ଭେଟେରାନ ଅଭିନେତା ଉତ୍ତମ ମହାନ୍ତିଙ୍କ ସ୍ୱାସ୍ଥ୍ୟବସ୍ଥା, ହସ୍ପିଟାଲରେ ଭର୍ତ୍ତି

State

ଭୁବନେଶ୍ୱର: ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି ହେଲେ ଭେଟେରାନ ଅଭିନେତା ଉତ୍ତମ ମହାନ୍ତି । ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲ୍‌ରେ ଉତ୍ତମ ମହାନ୍ତିଙ୍କୁ ଭର୍ତ୍ତି କରାଯାଇଛି। ଏବେ ସେ ଆଇସିୟୁରେ ଥିବା ବେଳେ ତାଙ୍କର ଚିକିତ୍ସା ଚାଲିଥିବା ନେଇ ସୂଚନା ମିଳିଛି । ତିନି ଦଶନ୍ଧି ଧରି ଓଡ଼ିଆ ଚଳଚ୍ଚିତ୍ର ଜଗତରେ ନିଜର ପତିଆରା ଜାହିର କରିଥିବା ବରିଷ୍ଠ ଅଭିନେତା ଉତ୍ତମ ମହାନ୍ତି ଅଶୀ ଦଶକରେ ଥିଲେ ଏକ ଅପ୍ରତିଦ୍ୱନ୍ଦ୍ୱୀ ଚେହେରା । ତାଙ୍କର ହସ୍ପିଟାଲରେ ଭର୍ତ୍ତି ହେବାର ଖବର ପ୍ରସାରିତ ହେବା ପରେ, ଶୁଭେଚ୍ଛୁ ଏବଂ ପ୍ରଶଂସକମାନେ ସୋସିଆଲ ମିଡିଆ ପ୍ଲାଟଫର୍ମରେ ଆଶୁଆରୋଗ୍ୟର କାମନା କରିଛନ୍ତି। ।

ଉତ୍ତମ ମହାନ୍ତି ଓଡ଼ିଶା ସିନେ ଇଣ୍ଡଷ୍ଟ୍ରୀ ଜଣେ କିମ୍ବଦନ୍ତୀ ଅଭିନେତା। ମୟୂରଭଞ୍ଜ ଜିଲ୍ଲାର ବାରିପଦାଠାରେ ଜନ୍ମିତ ଉତ୍ତମ ଏଯାବତ୍ ୧୩୫ଟି ଓଡ଼ିଆ, ୩୦ଟି ବଙ୍ଗଳା ଓ ଗୋଟିଏ ହିନ୍ଦୀ ସିନେମାରେ ଅଭିନୟ କରିସାରିଛନ୍ତି । ୧୯୭୭ ମସିହାରେ ସେ ଅଭିମାନ କଥାଚିତ୍ରରୁ ଅଭିନେତା ଜୀବନ ଆରମ୍ଭ କରିଥିଲେ । ଏହାପରେ ଉତ୍ତମ ତାଙ୍କ ପାଠପଢ଼ାରେ ବ୍ୟସ୍ତ ରହିଲେ ଏବଂ ତିନିବର୍ଷ ପରେ ପୁଣି ତାଙ୍କ ପତ୍ନୀ ଅପରାଜିତା ମହାନ୍ତିଙ୍କ ସହ ଚଳଚ୍ଚିତ୍ର ଜରିଆରେ କଥାଚିତ୍ରରେ ଅଭିନୟ କରିବା ଆରମ୍ଭ କରିଥିଲେ ।

ଗୋଟିଏ ପରେ ଗୋଟିଏ ଫିଲ୍ମ କରି ଓଲିଉଡରେ ଏକ ନୂଆ ଟ୍ରେଣ୍ଡ ସେଟ୍ କରିଥିଲେ ଉତ୍ତମ । ବର୍ତ୍ତମାନ ଯାଏଁ ୧୩୫ରୁ ଅଧିକ ଫିଲ୍ମରେ ଅଭିନୟ କରିସାରିଛନ୍ତି ଉତ୍ତମ ମହାନ୍ତି । ଯେଉଁଥିରେ ତାଙ୍କର ନିଖୁଣ ଅଭିନୟ ପାଇଁ ସବୁବେଳେ ଦର୍ଶକଙ୍କ ହୃଦୟରେ ସ୍ୱତନ୍ତ୍ର ସ୍ଥାନ ସୃଷ୍ଟି କରିଛି । କଲେଜ ସମୟରୁ ସେ ଅଭିନୟ ପ୍ରତି ଆଗ୍ରହୀ ଥିଲେ। ସେ ଶ୍ରେଷ୍ଠ ଅଭିନେତା ଭାବରେ ଓଡ଼ିଆ ଫିଲ୍ମଫେୟାର ପୁରସ୍କାର ଏବଂ ଅନେକ ପୁରସ୍କାର ଜିତିଛନ୍ତି।